ପ୍ରମୂଖ ଖବର
  • ଇସ୍ତଫା ଦେଲେ କର୍ଣ୍ଣାଟକର ମନ୍ତ୍ରୀ କେ.ଏନ. ରାଜନ୍ନା
  • ||
  • ମୟୂରଭଞ୍ଜ : ବାଇକ୍‌ ଦୁର୍ଘଣାରେ ୨ମୃତ, ଦୁଇ ଗୁରୁତର
  • ||
  • ବରଗଡ଼: ଫୁଟବଲ୍‌ ପଡ଼ିଆରୁ ନାବାଳିକା ଜଳିଯିବା ଘଟଣା , ଚିକିତ୍ସାଧୀନ ଅବସ୍ଥାରେ ବୁର୍ଲା ମେଡିକାଲରେ ଚାଲିଗଲା ଜୀବନ
  • ||
  • ସିବିଏସ୍‌ଇର ନୂଆ ନିୟମ; ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ନବମ ଶ୍ରେଣୀରେ ଲାଗୁ ହେବ
  • ||
  • ଭୁବନେଶ୍ୱର : ଦୟା ୱେଷ୍ଟ କୋନାଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ସଂସଦରେ ଉପସ୍ଥାପନ ହେବ ସଂଶୋଧିତ ଆୟକର ବିଲ୍, ଆଜି ଆଗତ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ସୋମବାରଠୁ ଭାରତ-ପାକିସ୍ତାନ ସମରାଭ୍ୟାସ, ପହଲଗାମ ହମଲା ଓ ଅପରେସନ ସିନ୍ଦୂର ପରେ ଉଭୟ ଦେଶ ଦେଖାଇବେ ଦମ୍
  • ||
  • ସିବିଏସ୍‌ଇର ନୂଆ ନିୟମ, ବହି ଦେଖି ପରୀକ୍ଷା ଦେବେ ଶିକ୍ଷାର୍ଥୀ, ୨୦୨୬-୨୭ ଶିକ୍ଷାବର୍ଷରୁ ହେବ କାର୍ଯ୍ୟକାରୀ
  • ||
  • ମୋହନା ଥାନା କୁଙ୍କୁଣୀ ଗାଁରେ ଚାଞ୍ଚଲ୍ୟ, ସ୍ତ୍ରୀକୁ କାତିରେ ହାଣି ମାରିଲା ସ୍ୱାମୀ, ଅଭିଯୁକ୍ତ ଥାନାରେ ଅଟକ
  • ||
  • ଆମେରିକା ଉପରେ ପାଲଟା ଟାରିଫ ଲଗାଇପାରେ ଭାରତ, କିଛି ସାମଗ୍ରୀ ଉପରେ ଲାଗୁ ହୋଇପାରେ ୫୦% ଶୁଳ୍କ
  • ||
  • ରାଇଘର ନର୍ସିଂ ଛାତ୍ରୀ ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ୧୨ ଘଣ୍ଟିଆ ହରତାଳ
  • ||
  • ଓଟିଇଟି ପ୍ରଶ୍ନପତ୍ର ଲିକ୍‌, ଆଜିଠୁ ୨ ଦିନିଆ ରିମାଣ୍ଡରେ ୨ ଅଭିଯୁକ୍ତ
  • ||
  • ଆଜି ଆରବସାଗରରେ ଭାରତ-ପାକିସ୍ତାନର ସମରାଭ୍ୟାସ, ଦୁଇ ଦେଶର ନୌସେନା ଦେଖାଇବେ ଶକ୍ତି
  • ||
  • ୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି
  • ||

୧୩ରେ ଲଘୁଚାପ, କାଲିଠୁ ବଡ଼ ବର୍ଷା: ତିନି ଦିନ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ ଜାରି

Published By : Manoj | August 11, 2025 7:29 AM

ଭୁବନେଶ୍ୱର,୧୧/୦୮: ଆସନ୍ତା ୧୩ ତାରିଖରେ ଉତ୍ତର ପଶ୍ଚିମ ଓ ସଂଲଗ୍ନ  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ  ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷା ଆରମ୍ଭ ହୋଇଯିବ । ତିନି ଦିନ ଯାଏ ରାଜ୍ୟର ବିଭିନ୍ନ  ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା  ହୋଇପାରେ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଘଡ଼ଘଡ଼ି ସହ  ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ,  ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବହୁ  ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ  ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ  ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ  ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଗୁରୁବାର ବି ମାଲକାନଗିରି  ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.