ପ୍ରମୂଖ ଖବର
  • କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ହତ୍ୟା ଧମକ, ନିକଟରେ ଯୋଗ ଦେଇଛନ୍ତି କଂଗ୍ରେସ ଦଳରେ…
  • ||
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

ଗୁରୁବାରଠୁ ଲଘୁଚାପ ବର୍ଷା: ଦକ୍ଷିଣ ଓଡ଼ିଶାରେ ପ୍ରବଳ ଛେଚିବ, ୯ରୁ ୧୧ ଭାରୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୦୫/୦୯: ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଗୁରୁବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ  ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ  ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ  ରାଜ୍ୟରେ ବର୍ଷା ବଢ଼ିବ । ଦକ୍ଷିଣ  ଓଡ଼ିଶାରେ ଭାରୀ ବର୍ଷା ହୋଇପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି । 

ବରିଷ୍ଠ ପାଣିପାଗ ବିଶେଷଜ୍ଞ  ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ  କହିଛନ୍ତି, ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ  ୯ରୁ ୧୧ତାରିଖ ଯାଏ ପ୍ରବଳ ବର୍ଷା  ହେବ । 

ପାଣିପାଗ ବିଭାଗର ଆକଳନ  କହୁଛି, ୫ ତାରିଖରେ ମାଲକାନଗିରି,  କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି,  ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା,  ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ  ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । 

୬ ତାରିଖରେ ପୁରୀ, ଖୋର୍ଦ୍ଧା,  ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡ଼ା,  କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ  ପ୍ରବଳ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉପକୂଳ ଓଡ଼ିଶାର  ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । 

ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ପଶୁପାଳକଙ୍କ  ପୂର୍ବାନୁମାନ ଅନୁସାରେ, ଲଘୁଚାପ ସୃଷ୍ଟି ପରେ ଏହା ଉତ୍ତର ଦିଗରେ  ଗତି କରିବ। କ୍ରମଶଃ ଏହା ଓଡ଼ିଶା ଉପରେ ପ୍ରଭାବ ପକାଇବ। ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ  ପହଞ୍ଚିବ । ୯, ୧୦ ଓ ୧୧ ତାରିଖରେ ରାୟଗଡ଼ା, ମାଲକାନଗିରି,  କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ହେବ । ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା ଓ  ଭଦ୍ରକରେ ସବୁଠୁ କମ୍‌ ବର୍ଷା ହେବ । ଲଘୁଚାପ ପରେ ୭ଦିନ  ଯାଏ ବିଶେଷ ବର୍ଷା ହେବନି । ଏଥିପାଇଁ ଧାନ କ୍ଷେତରେ ପାଣି ବାନ୍ଧି  ରଖିବାକୁ ସେ ପରାମର୍ଶ ଦେଇଛନ୍ତି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.