ପ୍ରମୂଖ ଖବର
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୧/୦୯: ଉତ୍ତର ଆଣ୍ଡାମାନ ସାଗର ଉପରେ ୨୨  ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।  ଆସନ୍ତା ୨୩ ତାରିଖରେ ଉତ୍ତର-ପଶ୍ଚିମ  ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ  ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି  ହୋଇପାରେ । ୨୪ ତାରିଖରେ ଉତ୍ତର  ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ  ଭାରୀ ବର୍ଷା ସମ୍ଭାବନା ଅଛି । ଭାରତୀୟ  ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି ।

୨୩ ତାରିଖରେ ଗଜପତି, ଗଞ୍ଜାମ,  କନ୍ଧମାଳ, କଳାହାଣ୍ଡି,ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼,  ଖୋର୍ଦ୍ଧା ଓ ପୁରୀରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୪  ତାରିଖରେ ମାଲକାନଗିରି, କୋରାପୁଟ, ବାଲେଶ୍ୱର, ଭଦ୍ରକ,  କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କଟକ,  ଜଗତ୍‌ସିଂହପୁର, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ସମ୍ଭାବନା  ଅଛି । ଗତ ୨୪ ଘଣ୍ଟାରେ ମାଲକାନଗିରିରେ ୪୨.୨ ମିମି ବର୍ଷା  ହୋଇଛି । ଦାରିଙ୍ଗିବାଡ଼ିରେ ୩୨ ମିମି ବର୍ଷା ହୋଇଛି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.