ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ ଲଘୁଚାପ, ୧୬ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୪/୦୯: ଉତ୍ତର ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ  ଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇଛି । ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବ । ଏହା ପ୍ରଭାବରେ ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି । 

ଗତ ୨୪ ଘଣ୍ଟାରେ ରାୟଗଡ଼ା ଅମ୍ବାଡୋଲାରେ ୧୯୦ମିମି ବର୍ଷା ହୋଇଛି । କଳାହାଣ୍ଡିର ଲାଞ୍ଜିଗଡ଼ରେ ୧୬୦, ଦାରିଙ୍ଗିବାଡ଼ିରେ ୧୩୦ ଓ ଚିତ୍ରକୋଣ୍ଡା କେ ଗୁମ୍ମାରେ ୧୨୦ମିମି ବର୍ଷା ହୋଇଛି ।

ଗୁରୁବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ନବରଙ୍ଗପୁର ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୨୦୦ମିମି ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ନୟାଗଡ଼, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଟକ ଓ ଅନୁଗୁଳ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଅଛି । ୧୫ରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝରରେ ଭାରୀ ବର୍ଷା ହୋଇପାରେ । ୧୬ରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

୧୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) । ତଳିଆ ଅଞ୍ଚଳରେ ଜଳବନ୍ଦୀ ହେଲେ ପାଣି ନିଷ୍କାସନ ସହ ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବାକୁ କୁହାଯାଇଛି । ବର୍ଷା, ପବନ ଓ ବଜ୍ରପାତରେ ହୋଇଥିବା କ୍ଷୟକ୍ଷତିର ରିପୋର୍ଟ ତୁରନ୍ତ ପଠାଇବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସବୁ ଜରୁରୀକାଳୀନ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି ।

ବୁଧବାର ସକାଳୁ ସନ୍ଧ୍ୟା ଭିତରେ ନବରଙ୍ଗପୁରରେ ସର୍ବାଧିକ ୭୨ମିମି ବର୍ଷା ହୋଇଛି । ଗୋପାଳପୁରରେ ୫୫, ଛତ୍ରପୁରରେ ୫୪.୨, ବଲାଙ୍ଗୀରରେ ୪୫ ଓ କୋରାପୁଟରେ ୩୦.୪ମିମି ବର୍ଷା ହୋଇଛି । ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି । କୋରାପୁଟ-ରାୟଗଡ଼ା ରେଳଲାଇନ୍‌ରେ ଟ୍ରେନ ଚଳାଚଳ ବାତିଲ କରାଯାଇଛି । ବିଶାଖପାଟଣା-କୋରାପୁଟ ଓ କୋରାପୁଟ-ବିଶାଖପାଟଣା ଡିଏମ୍‌ୟୁ ବାତିଲ ହୋଇଛି । ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଲାଞ୍ଜିଗଡ଼ ବ୍ଲକ ହରେକୃଷ୍ଣପୁର ଗାଁରେ ଏକ ଘର ଭାଙ୍ଗି ପଡ଼ିବାରୁ ଜଣେ ମହିଳା ପ୍ରାଣ ହରାଇଛନ୍ତି । କୋରାପୁଟ ମାଛକୁଣ୍ଡ ଜଳ ବିଦ୍ୟୁତ ପ୍ରକଳ୍ପ ରାସ୍ତାରେ ପାହାଡ଼ରୁ ମାଟି ଅତଡ଼ା ଖସିଛି । ଲମତାପୁଟରେ ୨ ଦିନ ହେଲା ପ୍ରବଳ ବର୍ଷା ଲାଗି ରହିବା ଯାଗୁ ରାସ୍ତା ଉପରେ ପାଣି ଚାଲୁଛି । ସିମିଳିଗୁଡ଼ା ବ୍ଲକ ଅଫିସ୍‌ରେ ପାଣି ପଶିଯାଇଛି । ଲଗାଣ ବର୍ଷା ପାଇଁ ଗଜପତି ଜିଲ୍ଲା ଗୁମ୍ମା ବ୍ଲକରେ ପାହାଡ଼ ଧସିଛି ।

ତେବେ ଲଘୁଚାପ ଅଧିକ ଘନୀଭୂତ ହେବା ପରେ ଓଡ଼ିଶା ଅତିକ୍ରମ କରି ଛତିଶଗଡ଼ ଆଡ଼କୁ ମୁହାଁଇବ । ଲଘୁଚାପ ପ୍ରଭାବରେ ଓଡ଼ିଶା ସମେତ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଛତିଶଗଡ଼ରେ ବର୍ଷା ହେଲେ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢ଼ିବ । ହୀରାକୁଦରୁ ଏବେ ଦୁଇଟି ଗେଟ୍‌ ଯୋଗେ ପାଣି ନିଷ୍କାସିତ ହେଉଛି । ଉପରମୁଣ୍ଡରେ ବର୍ଷା ହେଲେ ଜଳସ୍ତର ଆହୁରି ବଢ଼ିପାରେ । ପ୍ରବଳ ବର୍ଷା ଯୋଗୁ ରାଜ୍ୟର ଜଳଭଣ୍ଡାର ଓ ନଦୀ ଜଳସ୍ତର ବଢ଼ୁଛି । ହୀରାକୁଦ ସମେତ ମାଛକୁଣ୍ଡ ଓ ଲୋୟର ଇନ୍ଦ୍ରାବତୀରେ ଜଳସ୍ତର ବଢ଼ୁଛି । ଜଳକା, ଋଷିକୂଲ୍ୟା ଓ ବଂଶଧାରା ନଦୀ ଜଳସ୍ତର ବି ବଢ଼ୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.