ପ୍ରମୂଖ ଖବର
  • ମିନାକ୍ଷୀ ବାହିନୀପତି ହେଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ
  • ||
  • ଦିଗପହଣ୍ଡି : ଝାଡାବାନ୍ତିରେ ଜଣେ ମୃତ, ୯ ଗୁରୁତର
  • ||
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ଆସନ୍ତା ୩ ଦିନ ଘନ କୁହୁଡ଼ି କରିବ କଲବଲ, ଆଜି ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ; ୫ ଦିନ ଶୁଖିଲା ପାଗ

Published By : Prameya | January 27, 2025 7:31 AM

ଭୁବନେଶ୍ୱର ୨୭/୦୧: ସକାଳୁ କଲବଲ କରୁଛି ଘନ କୁହୁଡ଼ି।  ଆହୁରି ତିନି ଦିନ ଯାଏ ମିଳିବନି ନିସ୍ତାର। ୩୦ ମିଟର ଦିଶୁନି ରାସ୍ତା ଘାଟ। ଗାଡ଼ି ଚଳାଚଳରେ ବାଧା ସୃଷ୍ଟି ହୋଉଛି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଏଭଳି ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପାଇଁ ୧୨ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଆସନ୍ତା ୪ରୁ ୫ ଦିନ ଯାଏ ତାପମାତ୍ରା ବିଡ଼ ପରିବର୍ତ୍ତନ ହେବନାହିଁ।

ସୋମବାର ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ନୟାଗଡ଼, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ବୌଦ୍ଧରେ ଘନ କୁହୁଡ଼ି ରହିବ । 



୨୮ ତାରିଖରେ ବି ଘନ କୁହୁଡି ନେଇ କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ,  କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ରହିବ ଭିଜିବିଲିଟି । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି ।

ବର୍ତ୍ତମାନ ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କୁହୁଡି ମାତ୍ରା ବୃଦ୍ଧି ପାଉଛି । ସେପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.