ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର,୦୭/୦୮: ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ରହିଛି । ଆସନ୍ତା ସୋମବାର ଏହା ଅବପାତ ରୂପ ନେବ । ଲଘୁଚାପ ପ୍ରଭାବରେ ଶନିବାର  ରାଜ୍ୟର କିଛି ସ୍ଥାନରେ ନିର୍ଧୁମ ବର୍ଷା ହେବ । ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ,  ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ପ୍ରବଳ  ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼,  ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁରରେ ଘଡ଼ଘଡ଼ି ସହିତ ବର୍ଷା  ହୋଇପାରେ । ରବିବାର ସମ୍ବଲପୁର ଓ ଅନୁଗୋଳରେ ପ୍ରବଳରୁ ଅତିପ୍ରବଳ  ବର୍ଷା ସମ୍ଭାବନା ଅଛି । ଦୁଇ ଜିଲ୍ଲାର କିଛି ସ୍ଥାନରେ ୭୦ରୁ ୧୧୦ମିମି ଯାଏ ବର୍ଷା ହୋଇପାରେ । କେନ୍ଦ୍ରାପଡ଼ା,  ଜଗତସିଂହପୁର, ପୁରୀ,  ଖୋର୍ଦ୍ଧା, ନୟାଗଡ଼, କଟକ,  ସୋନପୁର, ବୌଦ୍ଧ,  ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଯାଜପୁର,  କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ ଢେଙ୍କାନାଳରେ ପ୍ରବଳ  ବର୍ଷା ହୋଇପାରେ । 

୯ ତାରିଖରେ ବି ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ଢାଳିବ । ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ୭୦ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୋନପୁର,  ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୦ ତାରିଖରେ  ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ,  କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ୭୦ରୁ ୧୧୦ମିମି ଯାଏ ବର୍ଷିପାରେ  ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ଶୁକ୍ରବାର ପୁରୀ ଓ ମାଲକାନଗିରିରି ସର୍ବାଧିକ ୩୮ମିମି ବର୍ଷା ହୋଇଛି ।  ଦାରିଙ୍ଗିବାଡ଼ିରେ ୧୧ ଓ କଟକରେ ୧୦ମିମି ବର୍ଷା ରେକର୍ଡ ହୋଇଛି । ଗତ ୨୪  ଘଣ୍ଟାରେ ମାଲକାନଗିରି ଜିଲ୍ଲା ମାଥିଲିରେ ସର୍ବାଧିକ ୮୨ମିମି, ରାୟଗଡ଼ାରେ ୭୭,  ବରଗଡ଼ରେ ୭୬.୪ ଓ ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡିରେ ୭୬ମିମି ବର୍ଷା ହୋଇଛି ।

  • PrameyaOdia
  • prameya
  • Heavy Rainfall Alert
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.