ପ୍ରମୂଖ ଖବର
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି

ଭୁବନେଶ୍ୱର,୨୭/୦୭: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ  ସୃଷ୍ଟି ହୋଇଛି । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୪ ଦିନ ଅଧିକ ବର୍ଷା ହେବ । ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା  ଏହି ଲଘୁଚାପ ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ  ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୁଦୃଶ୍ୟ  ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଲଘୁଚାପ  ପ୍ରଭାବରେ ଶନିବାର କନ୍ଧମାଳ, କଟକ, ସୋନପୁର,  ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ନୂଆପଡ଼ା,  ନବରଙ୍ଗପୁର, କୋରାପୁଟ ଓ ନୟାଗଡ଼ରେ ପ୍ରବଳ ବର୍ଷା  ହୋଇପାରେ । ୨୮ ତାରିଖରେ ନୂଆପଡ଼ା, ବଲାଙ୍ଗୀର,  ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର,  କେନ୍ଦୁଝର, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ  ମୟୂରଭଞ୍ଜରେ ୭୦ରୁ ୧୧୦ମିମି ବର୍ଷା ହୋଇପାରେ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

୨୯ ତାରିଖରେ ବାଲେଶ୍ୱର, କେନ୍ଦୁଝର,  ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଓ  ଝାରସୁଗୁଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି ।  ୩୦ ତାରିଖରେ ଯାଜପୁର, ଭଦ୍ରକ, କେନ୍ଦୁଝର ଓ  ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ହୋଇପାରେ ।  ବାଲେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ ଓ  କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ସମ୍ଭାବନା ଅଛି । ସମ୍ଭାବ୍ୟ ବର୍ଷାକୁ ଦେଖି ସ୍ୱତନ୍ତ୍ର ରିଲିଫ କମିଶନର  (ଏସ୍‌ଆରସି) ସତର୍କତା ଜାରି କରିଛନ୍ତି । 

ଉତ୍ତର  ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି  ଉପୁଜିପାରେ । ଏଥିପାଇଁ ସତର୍କ ରହିବାକୁ  ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼,  ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,  ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ  ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

  • PrameyaOdia
  • prameya
  • Weather
  • Heavy Rainfall Alert
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.