ପ୍ରମୂଖ ଖବର
  • ବଲାଙ୍ଗୀର : ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ, ହରେକୃଷ୍ଣ ସାହୁଙ୍କ ଠାରୁ ୭ ହଜାର ଟଙ୍କା ଜବତ କଲା ଭିଜିଲାନ୍ସ
  • ||
  • ବୌଦ୍ଧ : ସାମାନ୍ୟ ବଚସାକୁ ନେଇ ଛୁରା ମାଡ, ଯୁବକ ମୃତ
  • ||
  • ଉଦଳା : ମରିଗଲା ମାନବିକତା, ପୋଲ ତଳେ ନବଜାତକକୁ ଛାଡି ଚାଲିଗଲା ମା
  • ||
  • ଗୁଣପୁର : ପିକ୍‌ଅପ୍ ଭ୍ୟାନ୍ ସହ ୨୫ ଟି ଶାଳ କାଠ ଜବତ, ୨ ଗିରଫ
  • ||
  • ୧୦,୩୦୦ କୁଇଣ୍ଟାଲ୍ ଅର୍ପଣ ଚାଉଳ ନିଲାମ; ୨ କୋଟି ୮୬ ହଜାର ଟଙ୍କାରେ ନିଲାମ, ଶ୍ରୀମନ୍ଦିର ପାଣ୍ଠିରେ ଜମା ହେବ ଟଙ୍କା
  • ||
  • ରାଜଧାନୀରେ ପୋଲିସକୁ ଛୁରାମାଡ଼, କନେଷ୍ଟବଳ ଆହତ
  • ||
  • ଭୁବନେଶ୍ୱର ବିମାନ ବନ୍ଦରରେ ନିର୍ମାଣ ହେବ ତୃତୀୟ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ
  • ||
  • ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ ଡାକରା, ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥ ଅବରୋଧ
  • ||
  • ପାଟଣା : ଗାଧୋଇବା ବେଳେ ଅଘଟଣ, ପୋଖରୀରେ ବୁଡି ୪ ବର୍ଷର ଶିଶୁପୁତ୍ରର ମୃତ୍ୟୁ
  • ||
  • ଚୌଦ୍ବାର : ରେଳ ଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଉଦଳା : ସିସିଟିଭିରେ ଗାମୁଛା ଗୁଡ଼ାଇ ଚୋରି, ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଲୁଟ୍
  • ||
  • ବଣାଇ : ରେଡ଼ିଓକୁଲାର ଲଗାଇବା ପରେ ଦନ୍ତାର ଉତ୍ପାତ, ଘରେ ପଶି ବ୍ୟକ୍ତିଙ୍କୁ କଚାଡ଼ି ମାରିଲା ହାତୀ
  • ||
  • ସୁନ୍ଦରଗଡ : ଘରେ ପଶି ଦୁଇ ଗାଡି ଜାଳିଦେଲେ ଦୁର୍ବୃତ୍ତ; ଜଣେ ଅଟକ
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଦକ୍ଷିଣ ଆଫ୍ରିକା - ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଟକ୍କର, ସ୍ୱତନ୍ତ୍ର ଜର୍ସି ପିନ୍ଧି ଖେଳିବ ଦ.ଆଫ୍ରିକା
  • ||
  • ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ: ଯାତାୟାତ ଠପ୍‌, ଯାତ୍ରୀ ହନ୍ତସନ୍ତ
  • ||
  • ଦଶହରାରେ ବର୍ଷା ନାହିଁ, ରହିବ ଗୁଳୁଗୁଳି ପାଗ: ଓଡ଼ିଶା ଉପରେ ପଡିବନି ଲଘୁଚାପ ପ୍ରଭାବ
  • ||
  • ସମ୍ବଲପୁର ମଣ୍ଡଳ ଜେଲ୍‌ରେ ରେଡ୍‌, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ
  • ||

୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୦୬/୦୭: ଆସନ୍ତା ୭ ତାରିଖରେ  ଦକ୍ଷିଣ ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ହେବ ।  କିନ୍ତୁ ଭାରୀ ବର୍ଷା ସମ୍ଭାବନା ନାହିଁ ବୋଲି ବରିଷ୍ଠ ପାଣିପାଗ  ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ  ଆକଳନ କରିଛନ୍ତି । 

ଡ. ପଶୁପାଳକଙ୍କ ପୂର୍ବାନୁମାନ କହୁଛି, ୭ରେ  ଲଘୁଚାପ ସୃଷ୍ଟି ହେବ । ୮ରେ ଏହା ଆଭ୍ୟନ୍ତରୀଣ  ଓଡ଼ିଶା ଓ ଛତିଶଗଡ଼ ଉପରେ ରହିବ । ସୃଷ୍ଟି ହୋଇଥିବା  ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ  ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଅଧିକାଂଶ  ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହେବ । କିଛି ସ୍ଥାନରେ  ମଧ୍ୟମ ଓ ଭାରୀ ବର୍ଷା ହୋଇପାରେ । 

୭ ଓ ୮ ତାରିଖରେ ପୁରୀରେ ବର୍ଷା ଲାଗି ରହିବ ।  ଦୁଇ ଦିନରେ ମୋଟ ୩୦ରୁ ୩୫ ମିମି ପର୍ଯ୍ୟନ୍ତ ବର୍ଷା  ହୋଇପାରେ । ୭ ବା ରଥଯାତ୍ରା ଦିନ ଝିପିଝିପି ବର୍ଷା  ହେବ । ୮ ତାରିଖ ସକାଳୁ ଝିପିଝିପି ବର୍ଷା ହେବ । ସନ୍ଧ୍ୟା ପରେ ପାଗ ଶୁଖିଲା ରହିବ । ରଥଯାତ୍ରା ସମୟରେ ପୁରୀରେ ଗୁଳୁଗୁଳି ରହିବନି ଓ ପାଗ ଥଣ୍ଡା ରହିବ ବୋଲି ସେ ପୂର୍ବାନୁମାନ କରିଛନ୍ତି । 

୧୦ରୁ ମୌସୁମୀ ସକ୍ରିୟ ହେବା ସହ ବର୍ଷା ପରିମାଣ  ବଢ଼ିବ । ୧୦ରୁ ୧୫ ଯାଏ ଦକ୍ଷିଣ ଆଭ୍ୟନ୍ତର ଓ ଉପକୂଳର  ଅନେକ ସ୍ଥାନରେ ମଧ୍ୟମ ପରିମାଣର ବର୍ଷା ହେବ । କିଛି  ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଗଜପତି, ଗଞ୍ଜାମ,  ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ,  କେନ୍ଦୁଝର, ମୟୂରଭଞ୍ଜ ଓ କଟକରେ ଅଧିକ ବର୍ଷା  ହୋଇପାରେ । ବାଲେଶ୍ୱର, ଯାଜପୁର ଓ କେନ୍ଦ୍ରାପଡ଼ାରେ  କମ୍‌ ବର୍ଷା ହେବ । ପଶ୍ଚିମ ଓଡ଼ିଶାରେ ମଧ୍ୟମ ପରିମାଣର  ବର୍ଷା ସମ୍ଭାବନା ଅଛି । ଏବେ ରାଜ୍ୟର ସବୁଠି ମାଟି ଓଦା  ବା ବତର ରହିଛି । ଚାଷୀମାନେ ବୁଣାବୁଣି କାମ ଶୀଘ୍ର  ସାରିବାକୁ ପ୍ରଫେସର ପଶୁପାଳକ ପରାମର୍ଶ ଦେଇଛନ୍ତି । 

ଆସନ୍ତା ୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ  ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ  କରିଛି । ୬ରେ କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ  ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୭ରେ  ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଦ୍ଧା,  ନୟାଗଡ଼, କଟକ, ପୁରୀ, ମୟୂରଭଞ୍ଜ, କେନ୍ଦୁଝରରେ  ପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି,  କନ୍ଧମାଳ ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ  ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.