ଭୁବନେଶ୍ୱର,୦୭/୦୮: ଆସନ୍ତା ୮ ତାରିଖରେ ଦକ୍ଷିଣ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ । ୭ ତାରିଖରେ କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
୮ ତାରିଖରେ କେନ୍ଦୁଝର ଓ ସୁନ୍ଦରଗଡ଼ରେ ଭାରୀ ବର୍ଷା ହୋଇପାରେ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୯, ୧୦ ଏବଂ ୧୧ ତାରିଖରେ ଉତ୍ତର ଓଡ଼ିଶା, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏନେଇ ଆସନ୍ତା ୧୧ ଯାଏ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।