ପ୍ରମୂଖ ଖବର
  • କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ, ୮୧ ବର୍ଷ ବୟସରେ ଦାଉଲାଲ ବୈଷ୍ଣବଙ୍କ ପରଲୋକ
  • ||
  • ମନମୋହନଙ୍କ କାନ୍ଧରେ ପୁଣି ରାଜ୍ୟ ବିଜେପି କମାଣ, ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତସନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Published By : Prameya | July 8, 2025 7:55 AM

ଭୁବନେଶ୍ୱର,୦୮/୦୭: ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାରହିଛି। ଆଜି ନୂଆପଡ଼ା, ବଲାଙ୍ଗିର, ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ। ନବରଙ୍ଗପୁର,କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା,  ସୁନ୍ଦରଗଡ଼ ଏବଂ ଦେବଗଡ଼ ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା ରହିଛି । ସେହିଭଳି ଗଞ୍ଜାମ,ଗଜପତି, ନୟାଗଡ଼, ଖୋର୍ଦ୍ଧା,ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବରରେ ବର୍ଷା ସହ ବିଜୁଳି  ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ୩୦ରୁ ୪୦  କିଲୋମିଟର ବେଗରେ ପବନ ବହିବ । ଏହିସବୁ ଜିଲ୍ଲା ପାଇଁ  ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି  ୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼  ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି ।  ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ  ଜାରି କରାଯାଇଛି । ୧୦ରେ ସୁନ୍ଦରଗଡ଼, କେନ୍ଦୁଝର,  ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲା, ୧୧ରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ଅଧିକ ବର୍ଷା ସମ୍ଭାବନା  ରହିଥିବାରୁ ୟେଲେ। ୱାର୍ଣ୍ଣିଂ ଜାରି ହୋଇଛି ।   


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.