ପ୍ରମୂଖ ଖବର
  • ଭୁବନେଶ୍ବର ପାତ୍ରପଡା ଛକରେ ଦୁର୍ଘଟଣାରେ ଝିଅ ମୃତ, ମା’-ପୁଅ ଗୁରୁତର
  • ||
  • କୁଜଙ୍ଗ : ଦଶାହ କର୍ମ ସମୟରେ ତାଳଦଣ୍ଡା କେନାଲରେ ଭାସିଯାଇ ଯୁବକ ମୃତ
  • ||
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ବୁଧବାର ଏବଂ ଗୁରୁବାର ପ୍ରବଳ ବର୍ଷା ସମ୍ଭାବନା, ଓଡ଼ିଶାର ଅଧାରୁ ଅଧିକ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

Published By : Manoj | August 6, 2025 7:35 AM

ଭୁବନେଶ୍ୱର,୦୬/୦୮: ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ  ବର୍ଷା ହୋଇପାରେ । ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ ।  ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା  ସମ୍ଭାବନା ଅଛି । ପାଣିପାଗ ବିଭାଗ ଏହି ପୂର୍ବାନୁମାନ କରିଛି । ୬ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ ।  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ,  ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼  ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ଅଛି । 

୭ ତାରିଖରେ  କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ମୟୂରଭଞ୍ଜରେ  ଭାରୀ ବର୍ଷା ହୋଇପାରେ । ୮ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ  ବର୍ଷା ହୋଇପାରେ । ୯ ତାରିଖରେ ବି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ରାଜ୍ୟରେ ଏବେ ମୌସୁମୀ ନିଷ୍କ୍ରିୟ ଅଛି ।  ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର  ପଶ୍ଚିମ ବଙ୍ଗୋପସାଗର ବା ଏହାର ଦକ୍ଷିଣରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରବର୍ତ୍ତୀ  ୨୪ରୁ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ  ନେବ । ଏହା ବର୍ଷା କରାଇବ । କେନ୍ଦ୍ରୀୟ  ଓଡ଼ିଶା ଓ ଦକ୍ଷିଣ ଉପକୂଳରେ ମଧ୍ୟମ  ପରିମାଣର ବର୍ଷା ହୋଇପାରେ । ପଶ୍ଚିମ  ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଦକ୍ଷିଣ  ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଅଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.