ପ୍ରମୂଖ ଖବର
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ

ଭୁବନେଶ୍ୱର,୨୮/୦୯: ରାଜ୍ୟରେ ଆସନ୍ତା  ୩୦ ତାରିଖ ଯାଏ ପାଗ ଶୁଖିଲା ରହିବ କାଁ ଭାଁ କିଛି  ସ୍ଥାନରେ ବର୍ଷା ହୋଇପାରେ । କିନ୍ତୁ ବିଶେଷ ବର୍ଷା ନାହିଁ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ପୂର୍ବାନୁମାନ କରି  କହିଛନ୍ତି, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଦୁର୍ବଳ ହୋଇ  ଘୂର୍ଣ୍ଣିବଳୟ ହୋଇଛି । ଏହି ଘୂର୍ଣ୍ଣିବଳୟ ଦକ୍ଷିଣ  ପଶ୍ଚିମ ମଧ୍ୟପ୍ରଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ  ରହିଛି । ଏଥିପାଇଁ ଓଡ଼ିଶାରେ ବର୍ଷା ସମ୍ଭାବନା ନାହିଁ । 

ଆସନ୍ତା ତିନି ଦିନ ଯାଏ ବର୍ଷା ନାହିଁ । ଅକ୍ଟୋବର ୧ରେ  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,  ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,  ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼  ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । 

ଆସନ୍ତା ୬ ତାରିଖରେ ପଶ୍ଚିମ କେନ୍ଦ୍ରୀୟ  ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି  ହୋଇପାରେ ବୋଲି ଆଇଏମ୍‌ଡିର ଏନ୍‌ସିଇପି ଜିଏଫଏସ୍‌ ଓ ଇସିଏମ୍‌ଡବ୍ଲୁଏଫ ମଡେଲ ଆକଳନ  କରିଛି । 

ଶୁକ୍ରବାର ଭବାନୀପାଟଣାରେ ୩୪.୬  ମିମି, ପୁରୀରେ ୨୭.୬, ଯାଜପୁରରେ ୩୦,  ନୂଆପଡ଼ାରେ ୧୮.୪ ମିମି ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ ପୁରୀରେ ୫୮.୪, ଭୁବନେଶ୍ୱରରେ  ୪୯.୨, ବୌଦ୍ଧରେ ୪୬, ବାରିପଦା ଓ  ଯାଜପୁରରେ ୩୦ ମିମି ବର୍ଷା ରେକର୍ଡ ହୋଇଛି।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.