ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ଆସନ୍ତା ଦୁଇ ଦିନ ହାଲୁକା ବର୍ଷା ସମ୍ଭାବନା, ୬ ତାରିଖ ଯାଏ କୋହଲା ପାଗ

Published By : Prameya | December 1, 2024 7:34 AM

ଭୁବନେଶ୍ୱର,୦୧/୧୨: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା ହେବ । ବଙ୍ଗୋପସାଗରରୁ ରାଜ୍ୟକୁ ପବନ ବହୁଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି । 

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର  ପୂର୍ବାନୁମାନ କହୁଛି, ୧ ତାରିଖରେ ଉପକୂଳ  ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ  ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର,  କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପରୁ  ମଧ୍ୟମ ପରିମାଣ ବର୍ଷା ସମ୍ଭାବନା ଅଛି । ଆସନ୍ତା ୪ ଦିନ ଯାଏ ରାଜ୍ୟର  ରାତି ତାପମାତ୍ରା ଅପରିବର୍ତ୍ତିତ ରହିବ ବୋଲି ଆକଳନ କରାଯାଇଛି । 

ପାଣିପାଗ ବିଶେଷଜ୍ଞ ଡ. ଶରତ ସାହୁ କହିଛନ୍ତି, ଆସନ୍ତା ୬  ତାରିଖ ଯାଏ ପାଗ କୋହଲା ରହିବ । ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ସକାଳ ଓ ସନ୍ଧ୍ୟା ସମୟରେ ବର୍ଷା ହେବାର ସମ୍ଭାବନା ଅଧିକ ।  ଦକ୍ଷିଣ ଓଡ଼ିଶାରେ ଝିପିଝିପି ବର୍ଷା ଲାଗି ରହିବ ବୋଲି ସେ କହିଛନ୍ତି । 

ଗତ ୨୪ ଘଣ୍ଟାରେ ଗଞ୍ଜାମର ଚିକିଟିରେ ସର୍ବାଧିକ ୪୬ ମିମି ବର୍ଷା  ହୋଇଛି । କେନ୍ଦୁଝର ଚମ୍ପୁଆରେ ୨୦.୮, ଦେବଗଡ଼ ରିଆମାଳରେ ୧୮  ମିମି, କନ୍ଧମାଳ କଳିଙ୍ଗାରେ ୧୮, ମୟୂରଭଞ୍ଜ ଯଶିପୁରରେ ୧୭.୨, ଗଞ୍ଜାମର  ଛତ୍ରପୁରରେ ୧୬.୬, କେନ୍ଦୁଝର ଯୋଡ଼ା ଓ ଗଞ୍ଜାମରେ ୧୫.୪, ସମ୍ବଲପୁର  ଯୁଯୁମରାରେ ୧୫.୩, ଆଠମଲ୍ଲିକରେ ୧୫.୨, ହିନ୍ଦୋଳ ଓ ଛେଣ୍ଡିପଦାରେ  ୧୪.୨ ମିମି ବର୍ଷା ହୋଇଛି। ଶୁକ୍ରବାର ରାତିରେ କୋରାପୁଟ ସବୁଠୁ ଥଣ୍ଡା ଥିଲା ।

  • PrameyaOdia
  • prameya
  • Weather update
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.