ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ

ଭୁବନେଶ୍ୱର,୨୩/୦୬: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ମୌସୁମୀ ପ୍ରଭାବରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ଭଲ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । 

ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଆସନ୍ତା ଦୁଇ ଦିନ ରବିବାର ଓ ସୋମବାର ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ବର୍ଷା ହେବ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।୨୫ରୁ  ବର୍ଷା ପରିମାଣ ବଢ଼ିବ ବୋଲି ପାଣିପାଗ  କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା  ମହାନ୍ତି କହିଛନ୍ତି । ରାଜ୍ୟର ବିସ୍ତୃତ  ଅଞ୍ଚଳରେ ବର୍ଷା ହେବ । ୨୫ ଓ ୨୬  ତାରିଖରେ ଭାରୀ ବର୍ଷା ହୋଇପାରେ । ୨୫ରେ ବାଲେଶ୍ୱର, ଭଦ୍ରକ, ଯାଜପୁର,  କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,  ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,  ଗଜପତି, କେନ୍ଦୁଝର, ମୟୂରଭଞ୍ଜ,  ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ,  ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ାରେ  ବର୍ଷା ହୋଇପାରେ । ୨୬ରେ ଗଜପତି,  ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା  ସମ୍ଭାବନା ଅଛି । 

ବରିଷ୍ଠ ପାଣିପାଗ ବିଶେଷଜ୍ଞ  ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ  କହିଛନ୍ତି, ଏ ମାସ ସାରା ନିଅଣ୍ଟିଆ  ବର୍ଷା ସ୍ଥିତି ଲାଗି ରହିବ । ଏହା ଭରଣା  ହୋଇପାରିବନି । ଆସନ୍ତା ୧୦ ଦିନରେ  ହାରାହାରି ୫୧ମିମି ବର୍ଷା ହେବ ।  ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ  ମୌସୁମୀ ବାୟୁ ସକ୍ରିୟ ନାହିଁ । ଏଥିପାଇଁ  ମୌସୁମୀ ପ୍ରଭାବରେ ଅଧିକ ବର୍ଷା  ସମ୍ଭାବନା ନାହିଁ । 

ରବିବାର ଫୁଲବାଣୀରେ  ୫୧ମିମି, ନବରଙ୍ଗପୁରରେ ୨୮, ଖୋର୍ଦ୍ଧାରେ ୨୫ମିମି, ହୀରାକୁଦରେ  ୧୩ ଓ ଝାରସୁଗୁଡ଼ାରେ ୧୨.୨ ମିମି  ବର୍ଷା ହୋଇଛି ।

  • PrameyaOdia
  • prameya
  • Weather update
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.