ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ସାଧାରଣ ଦର୍ଶନ ବନ୍ଦ

Published By : Rasmita Pradhan | February 4, 2025 8:46 AM

ପୁରୀ, ୦୪/୦୨ : ବୁଧବାର ମାଘ:ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। 

ଏହି ଖବରଟିକୁ ପଢନ୍ତୁ-ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଶ୍ରଦ୍ଧାଳୁ, ନବଗ୍ରହଙ୍କୁ କଲେ ପୂଜାର୍ଚ୍ଚନା

ବନକଲାଗି ନୀତି କରିବା ଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀ ବୃଦ୍ଧି ହୁଏ। ଏହି ବିଶେଷ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ। ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ। ଏହି ନୀତି ସମ୍ପାଦନା ପରେ ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହେବ । ପରେ ଶ୍ରଦ୍ଧାଳୁମାନେ ରତ୍ନସିଂହାସନ ଉପରେ ବିରାଜମାନ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ଲାଭ କରିପାରିବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.