ପୁରୀ, ୨୨/୦୪ : ବୁଧବାର ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତ୍ରି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଅପରାହ୍ଣରୁ ସନ୍ଧ୍ୟା ସମୟରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ହୋଇଥାଏ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି ସେବା କରିବେ। ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି ପରେ ମହାସ୍ନାନ ପୂଜା ବଢ଼ି ପୁନଃ ଦର୍ଶନ ଆରମ୍ଭ ହେବ । ଠାକୁରଙ୍କ ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଆଦି ଆବଶ୍ୟକ ହୋଇଥାଏ । ସେହି ଦିନର ଠାକୁରଙ୍କ ନୀତି ଅନୁସାରେ ବନକଲାଗି ଓ ଦର୍ଶନ କଟକଣା ସମୟ ସ୍ଥିର ହେବ।
ଏହି ଖବରଟିକୁ ପଢନ୍ତୁ-ମଙ୍ଗଳବାର ସରିବ ଶ୍ରୀକ୍ଷେତ୍ର ସାହିଯାତ, ରାମାଭିଷେକ ସହ ରାମଲୀଳାର ଅନ୍ତ ଘଟିବ