ପ୍ରମୂଖ ଖବର
  • ବାତ୍ୟା ପାଇଁ ଟ୍ୱିଟ୍‌ କରି ଚିନ୍ତା ପ୍ରକାଶ କରିଲେ କେନ୍ଦ୍ରମନ୍ତ୍ରୀ, ବ୍ୟାପକ କ୍ଷୟକ୍ଷତି ନହେବାକୁ ମହାପ୍ରଭୁଙ୍କ ପାଖରେ କରିଲେ ପ୍ରାର୍ଥନା
  • ||
  • ମାଡ଼ି ଆସୁଛି ବାତ୍ୟା 'ଦାନା', ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିଛି କେନ୍ଦ୍ରାପଡା ଅଗ୍ନିଶମ ବିଭାଗ
  • ||
  • ବାସୁଦେବପୁର : ବାତ୍ୟା 'ଦାନା'କୁ ନେଇ ପ୍ରଶାସନର ପ୍ରସ୍ତୁତି, ବାସୁଦେବପୁରରେ ପହଞ୍ଚିଲା ୩ ଟି ଓଡ୍ରାଫ ଟିମ୍‌
  • ||
  • ଉମରକୋଟ : ବସ୍‌ ଚାଳକଙ୍କୁ ଛୁରାମାଡ଼, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ସୃଷ୍ଟି ହେଲା ବାତ୍ୟା 'ଦାନା', ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ କରୁଛି ଗତି
  • ||
  • ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ସୂର୍ଯ୍ୟ ମନ୍ଦିର
  • ||
  • ଲମତାପୁଟ : ଆମ୍ବୁଲାନ୍ସରୁ ୧୭୦ କେଜି ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ବଲାଙ୍ଗୀର : ବୁଲେଟ୍-ଅଟୋ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରେ ଚାଲିଗଲା ଜଣେ ଡାକ୍ତରଙ୍କ ଜୀବନ
  • ||
  • ଭୋଗରାଇ : ବାତ୍ୟା 'ଦାନା' ପାଇଁ ଦୀଘା ଖାଲି କରିବାକୁ ପ୍ରଶାସନର ନିର୍ଦ୍ଦେଶ, ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ହୋଟେଲରେ ହେବନି କୌଣସି ବୁକିଂ
  • ||

ବୁଧବାର ରାଶିଫଳ; ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କୁ ମିଳିବ ଧନ, ସମ୍ପଦ ବୃଦ୍ଧି ସହ ନୂତନ କର୍ମାରମ୍ଭର ସୁଯୋଗ

ମେଷ: ତୃତୀୟ ଚନ୍ଦ୍ର, ସପ୍ତମୀ ତିଥି ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ବୃଦ୍ଧି ପାଇବ ଏବଂ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଓ ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ। ସ୍ୱଜନରେ ସୁସମ୍ପର୍କ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ଏବଂ ଦେହ, ମନ ସୁସ୍ଥ ରହିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ। ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ଲାଲ୍‌, ସଂଖ୍ୟା: ୧୧, ଆରାଧନା: ମା’ ଚଣ୍ଡୀ।

ବୃଷ: ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ି ପାରନ୍ତି। ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜି ଯାଇ ପାରେ। ଅନ୍ୟ ଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇ ଥିବା ଧନ ପାଇବାରେ ବିଫଳ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ି ଯିବ। ମନରେ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗି ପାରନ୍ତି । କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଓ ଅଯଥା ବିଳମ୍ବ ଦେଖାଦେବ। ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: କଫି, ସଂଖ୍ୟା: ୪ ଆରାଧନା: ମା’ କମଳା।

ମିଥୁନ: ଶ୍ରୀଚନ୍ଦ୍ର, ବୁଧବାର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ଆମୋଦ ପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୧୨, ଆରାଧନା: ମା’ ଭୈରବୀ।

କର୍କଟ: ଦ୍ୱାଦଶ ଚନ୍ଦ୍ର, ଘାତବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉ ଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ। ଧନ ସମ୍ପଦ ବୃଦ୍ଧି ପାଇବ ଏବଂ ଧନର ସତ୍‌ ବିନିଯୋଗ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ। ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ। ଶୁଭ ରଙ୍ଗ: ହଳଦିଆ, ସଂଖ୍ୟା: ୫, ଆରାଧନା: ମା’ ସମଲେଶ୍ୱରୀ।

ସିଂହ : ଏକାଦଶ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଭୂମି, ମୂଲ୍ୟବାନ ଧାତୁ ଓ ଯାନବାହନ କ୍ରୟ କରି ପାରନ୍ତି କିମ୍ବା ନୂତନ ଗୃହ ପ୍ରତିଷ୍ଠା, ଗୃହାରମ୍ଭ, କର୍ମାରମ୍ଭ ଏବଂ ବ୍ୟବସାୟ ଆରମ୍ଭ ଆଦି ଶୁଭକର୍ମର ଆୟୋଜନ କରି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ: ଧଳା, ସଂଖ୍ୟା: ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

କନ୍ୟା: ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ। ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ ବିବାଦୀୟ ହେବ। ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ସବୁଜ, ସଂଖ୍ୟା: ୨, ଆରାଧନା: ଭଗବାନ ବିଷ୍ଣୁ।

ତୁଳା: ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ  ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ। ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ।

ବିଛା : ଅଷ୍ଟମ ଚନ୍ଦ୍ର ଏବଂ ବିଷ୍ଟୀକରଣ ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ। ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ ଓ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ। ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ।

ଧନୁ : ସପ୍ତମ ଚନ୍ଦ୍ର, ସପ୍ତମୀ ତିଥି ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଓ ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ମନରେ ପ୍ରସନ୍ନତା, ଦମ୍ପତ୍ୟ ଜୀବନରେ ମଧୁରତା ଏବଂ ଆକସ୍ମିକ ଧନଲାଭ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ମିଳି । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ।

ମକର : ଷଷ୍ଠ ଚନ୍ଦ୍ର, ବୁଧବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନସମ୍ପର୍କ ବୃଦ୍ଧି ପାଇବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ରୋଗ, ଋଣ, ଦୁଃଖ, କ୍ଳେଶ, ଶ୍ଳୋକ ଓ ଅବସାଦରୁ ସାମୟିକ ମୁକ୍ତି ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ। ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ବିମଳା ।

କୁମ୍ଭ : ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଓ ଦୂରଦୃଷ୍ଟିର ପ୍ରୟୋଗରେ ଅସଫଳ ହେବେ । ମନ ଅସ୍ଥିର ରହିବ ଏବଂ ସନ୍ତାନମାନେ ବିଶୃଙ୍ଖଳିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ। ସ୍ୱଜନରେ ବିବାଦ, ପରିବାରରେ ମତାନ୍ତର ଓ ପଡ଼ୋଶୀଙ୍କ ସହ ତିକ୍ତତା ଦେଖାଦେବ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ତେଜିବ। ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ।

ମୀନ : ଚତୁର୍ଥ ଚନ୍ଦ୍ର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ। ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ। ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ :ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ 

ଫୋନ - ୯୪୩୭୧୩୩୪୭୩

 

 

 

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.