ପ୍ରମୂଖ ଖବର
  • ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଗଞ୍ଜାମ; ଆକାଶରୁ ଖସିଲା ମୃତ୍ୟୁ, ବଜ୍ରପାତ ଘଟି ୩ ମହିଳାଙ୍କ ମୃତ୍ୟୁ
  • ||
  • ଶ୍ରୀମନ୍ଦିର ପରିଚାଳନା କମିଟି ଘୋଷଣା, ପ୍ରକାଶ ପାଇଲା ୧୦ଜଣ ସଦସ୍ୟଙ୍କ ନାଁ
  • ||
  • ଜୁଆ ଆଡ୍ଡା ଉପରେ ପୁଲିସର ଚଢ଼ାଉ; ଟଙ୍କା-ମୋବାଇଲ ଫୋନ ଜବତ, ୭ ଜୁଆଡ଼ି ଗିରଫ
  • ||
  • ‘ଆମ ଶାସନ’ ବ୍ୟବସ୍ଥାର ଶୁଭାରମ୍ଭ, ଲୋକଙ୍କ ମତାମତ ଆଧାରରେ ହେବ ନୀତି ନିର୍ଦ୍ଧାରଣ
  • ||
  • ନୂଆଦିଲ୍ଲୀ: ତଦନ୍ତରେ ଚାଞ୍ଚଲ୍ୟକର ଖୁଲାସା; ପାକିସ୍ତାନକୁ ପଠାଯାଉଥିଲା ଦେଶର ଗୁଇନ୍ଦା ସୂଚନା, ପାକିସ୍ତାନୀ ଗୁପ୍ତଚର ସମ୍ପର୍କରେ ଥିଲେ ଭାରତର ୧୫ ଅଧିକାରୀ
  • ||
  • ଟାଙ୍ଗୀ : ରୋଷେଇ ଚାଲିଥିବା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ଘର, ୬ଟି ପରିବାର ସର୍ବସ୍ବାନ୍ତ
  • ||
  • ଥମିଲା ଆନ୍ଦୋଳନ,୧୫ ଦିନ ପରେ ଅମଲା ଆନ୍ଦୋଳନ ସ୍ଥଗିତ
  • ||
  • ମହମ୍ମଦ ୟୁନୁସ୍‌ଙ୍କ ବଡ଼ ଘୋଷଣା : '୨୦୨୬ରେ ବାଂଲାଦେଶକୁ ମିଳିବ ଗଣତାନ୍ତ୍ରିକ ସରକାର, ଯିଏ ଜିତିବ ତା' ହାତରେ ଟେକିଦେବୁ ଶାସନ ଭାର'
  • ||
  • ଗାଜା ହସ୍ପିଟାଲରେ ଇସ୍ରାଏଲ ସେନାର ବୋମାମାଡ଼, ୫ ସାମ୍ବାଦିକଙ୍କ ସମେତ ୨୦ ଜଣଙ୍କ ମୃତ୍ୟୁ, ଅନେକ ଆହତ
  • ||
  • ଆଗାମୀ ୪୮ ଘଣ୍ଟା ଭିତରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା, ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • କାଣୀ ନଦୀରେ ଘାଈ ପରେ ଦୁର୍ଦ୍ଦଶା, ପାଣି ଘେରରେ ଦଶରଥପୁର ବ୍ଲକର ୧୫ ପଞ୍ଚାୟତ, ୫ ହଜାର ଲୋକେ ଜଳବନ୍ଦୀ
  • ||
  • ବଢି ଯନ୍ତ୍ରଣା : ବୈତରଣୀ ଓ ସୁବର୍ଣ୍ଣରେଖା କୋପରେ ଭାସୁଛି ଶତାଧିକ ଗାଁ, ଜଳବନ୍ଦୀ ଅବସ୍ଥାରେ ହଜାର ହଜାର ଲୋକେ
  • ||
  • ମଙ୍ଗଳବାର ଉଦୟଗିରି, ହିମଗିରିର ହେବ ଜଳାବତରଣ; ଶତ୍ରୁର ଜାହାଜକୁ ଖୋଜି ଖୋଜି କରିବ ଧ୍ୱଂସ
  • ||
  • ରୋଷେଇ ବେଳେ ଅଘଟଣ: ଆକସ୍ମିକ ଅଗ୍ନିକାଣ୍ଡରେ ଦମ୍ପତି ଜୀବନ୍ତ ଦଗ୍ଧ, ଅନାଥ ହୋଇଗଲା ୯ ମାସ ଶିଶୁ
  • ||

ପାଟନାରୁ ପୁରୀକୁ ଚାଲିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍, ୨୮ରୁ ଡିସେମ୍ବର ୨୫ ମଧ୍ୟରେ ପ୍ରତି ଗୁରୁବାର ଚଳାଚଳ କରିବ

Published By : Manoj | August 26, 2025 1:27 PM

ଭୁବନେଶ୍ୱର ୨୬/୦୮: ଆଗାମୀ ପାର୍ବଣ ଋତୁରେ ଟ୍ରେନଗୁଡ଼ିକରେ ଯାତ୍ରୀ ଭିଡ଼ ହ୍ରାସ କରିବା ପାଇଁ ଭାରତୀୟ ରେଳ ମନ୍ତ୍ରଣାଳୟ ସ୍ୱତନ୍ତ୍ର ପଦକ୍ଷେପ ନେଇଛି । ଏଣିକି ପାଟନା ଏବଂ  ପୁରୀ ମଧ୍ୟରେ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ । ପୂର୍ବତଟ ରେଳପଥ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆସନ୍ତା  ୨୮ ତାରିଖରୁ ଡିସେମ୍ୱର ୨୫ ତାରିଖ ପର୍ଯ୍ୟନ୍ତ ପ୍ରତି ଗୁରୁବାର ଚଳାଚଳ କରିବ ।

ସେହିପରି ପୁରୀରୁ ଆସନ୍ତା ୨୯  ତାରିଖରୁ ଡିସେମ୍ୱର ୨୬ ପର୍ଯ୍ୟନ୍ତ ପ୍ରତି  ଶୁକ୍ରବାର ଚଳାଚଳ କରିବ । ଏହି ପାଟନା-ପୁରୀ ଏକ୍ସପ୍ରେସରେ  ଗୋଟିଏ ଦ୍ୱିତୀୟ ଶ୍ରେଣୀ ଏସି କୋଚ୍‌, ୨ଟି ତୃତୀୟ ଶ୍ରେଣୀ  ଏସି କୋଚ୍‌, ୯ଟି ସ୍ଲିପର ଶ୍ରେଣୀ କୋଚ୍‌, ୬ଟି ଦ୍ୱିତୀୟ ଶ୍ରେଣୀ  ସିଟିଂ କୋଚ୍‌ ଓ ୨ଟି ଲଗେଜ୍‌ ଭ୍ୟାନ୍‌-କମ୍‌-ଦିବ୍ୟାଙ୍ଗଜନ  ଅନୁକୂଳ ସୁବିଧା ସହ ଦ୍ୱିତୀୟ ଶ୍ରେଣୀ କୋଚ୍‌ ରହିବ । ଏହି  ଟ୍ରେନ୍‌ ଉଭୟ ଦିଗରୁ ଯିବା ଆସିବା ବେଳେ ବଖତିଆରପୁର,  ବାରହ, ମୋକାମେହ, କିଉଲ, ଝୋଝା, ଜସିଡିହ, ମଧୁପୁର,  ଚିତ୍ତରଂଜନ, ଆସାନସୋଲ, ଦୁର୍ଗାପୁର, ବର୍ଦ୍ଧମାନ, ଡାନକୁନି,  ଅଣ୍ଡୁଲ, ଖଡ଼ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ରୋଡ଼, କଟକ, ଭୁବନେଶ୍ୱର, ଖୋର୍ଦ୍ଧାରୋଡ଼ ଓ ସାକ୍ଷୀଗୋପାଳରେ ରହିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.