ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ମେଜର- ବାନ୍ଧବୀଙ୍କୁ ମାଡ଼ ମରା ଘଟଣା ; ଯିଏ ଦୋଷୀ ସେ ଦଣ୍ଡ ପାଇବ : ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା

ଭୁବନେଶ୍ବର, ୨୦/୯ : ମେଜର ଓ ବାନ୍ଧବୀଙ୍କୁ ମାଡ଼ ମରା ଘଟଣା ଦିନକୁ ଦିନ ତିବ୍ର ହେବାରେ ଲାଗିଛି । ସେନା – ପୋଲିସ ମୁହାଁମୁହିଁ । ଏହାକୁ ନେଇ ରାଜନୈତିକ ମହଲରେ ତୀବ୍ର ପ୍ରତିକ୍ରିୟା‌ ପ୍ରକାଶ ପାଇଛି । ଆଜି  ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିଛନ୍ତି । ସେ କହିଛନ୍ତି, ମୁଁ ଏମ୍ସରେ ପୀଡ଼ିତାକୁ ଭେଟିଲି । ତା’ର ସବୁ କଥା ଶୁଣିଲି । ଏହି ଘଟଣାରେ ଡିଜିପି ୫ଜଣଙ୍କୁ ସସପେଣ୍ଡ କରିଛନ୍ତି । ମାମଲା କ୍ରାଇମବ୍ରାଞ୍ଚକୁ ଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ମୁଁ ଏଠାକୁ ଆସିଲି । ସରକାର ଜିରୋ ଟଲେ୍ରାନ୍ସ କହିଛନ୍ତି । ଯାହା ବି ରିପୋର୍ଟ ଆସିବ କମ ଦିନରେ ଆସିବ, ଆଜି ବି ସେ ସବୁ କହିଛି, ଜିରୋ ଟଲେରାନ୍ସରେ କେହି ବାଧକ ହେଇ ପାରିବେନାହିଁ । ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ପୂର୍ଣ୍ଣ ହୋଇ କହୁଛି, ଯିଏ ଦୋଷୀ ସେ ଦଣ୍ଡିତ ହେବ, ସେ ଝିଅର ଅବସ୍ଥା ବହୁତ ଭଲ ଅଛି, ମାତ୍ର ସେ ମାନସିକ ସ୍ତରରେ ବହୁ ଦୁଃଖିତ ଅଛି । 

ଅନ୍ୟପଟେ ଯଦି ଦେଖିବା ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଟୁଇଟ(ଏକ୍ସ) କରିଛନ୍ତି, ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ସହିତ ଥିବା ଜଣେ ମହିଳାଙ୍କୁ ଅସଦାଚରଣ ତଥା ଆକ୍ରମଣ ଅଭିଯୋଗକୁ ସରକାର ଅତ୍ୟନ୍ତ ଗୁରୁତର ଭାବେ ଗ୍ରହଣ କରିଛନ୍ତି । ଘଟଣା ସରକାରଙ୍କ ଦୃଷ୍ଟିକୁ ଆସିବା ମାତ୍ରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ସହିତ ଆଇନ ଅନୁଯାୟୀ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଇଛି । ଘଟଣା ଅତ୍ୟନ୍ତ ସଂବେଦନଶୀଳ ହୋଇଥିବାରୁ କ୍ରାଇମ ବ୍ରାଞ୍ଚକୁ ଘଟଣାର ଯାଞ୍ଚ କରି ତୁରନ୍ତ ନିର୍ଦ୍ଦିଷ୍ଟ ସମୟସୀମା ଭିତରେ ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ରିପୋର୍ଟ ପ୍ରାପ୍ତ ହେବା ମାତ୍ରେ ଆଇନ ଅନୁଯାୟୀ ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ମହିଳା ହିଂସା ବିରୁଦ୍ଧରେ ସରକାର ‘ଶୂନ୍ୟ ସହନଶୀଳତା’ ନୀତି ଅବଲମ୍ବନ କରୁଛନ୍ତି ଏବଂ ମହିଳା ନିର୍ଯାତନାକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ।

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.