ପ୍ରମୂଖ ଖବର
  • ଗଞ୍ଜାମ : ଅଦିନିଆ ବର୍ଷାରେ ଉଜୁଡ଼ିଗଲା ଚାଷ, ଚିନ୍ତାରେ ପଡ଼ି ଜୀବନ ହାରିଲେ ଚାଷୀ
  • ||
  • ଆସନ୍ତା ଶିକ୍ଷାବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ,ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ନୟାଗଡ଼ : ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||
  • କେନ୍ଦୁଝର : ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ
  • ||
  • ବଲାଙ୍ଗୀର : ଦୁର୍ଗାପାଲି ଗାଁରେ ଅଘଟଣ, ଜଳିଗଲା ୪ ଏକର ଜମିର ଧାନ ଗଦା
  • ||
  • ବୌଦ୍ଧ : ଟ୍ରକ୍‌ରୁ ଖସିଲା ଲୁହା ଇଲେକ୍ଟ୍ରି ପୋଲ୍‌, ଅଳ୍ପକେ ବର୍ତ୍ତିଲେ ଲୋକେ
  • ||
  • ଗଞ୍ଜାମ : ଝୁଲନ୍ତା ଅବସ୍ଥାରେ ବିବାହିତ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ଜୟପୁର : ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ନୀଳଗିରି : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ହେକ୍ଟର ହେକ୍ଟର ପରିବା ଚାଷ ନଷ୍ଟ
  • ||
  • ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ରେ ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି, ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା
  • ||
  • ବର୍ଡର-ଗାଭାସ୍କର ଟ୍ରଫି, ମେଲବର୍ଣ୍ଣରେ ବ୍ୟାଟିଂ କରୁଛି ଅଷ୍ଟ୍ରେଲିଆ, ଓ୍ବିକେଟ୍ ସନ୍ଧାନରେ ଭାରତ
  • ||
  • ଆଠମଲ୍ଲିକ : ଅଦିନିଆ ବର୍ଷା ଦେଇଗଲା ଦୁଃଖ, ଧାନ ବିଲରେ ଜମି ରହିଛି ପାଣି
  • ||
  • ଆଜିଠୁ ବର୍ଷା କମିବ, ୨୭ରୁ ପୁଣି ବଢ଼ିବ: ପଶ୍ଚିମା ବାୟୁ ପାଇଁ ଉତ୍ତର-ପଶ୍ଚିମ ଓଡ଼ିଶାରେ ବର୍ଷା ଆଶଙ୍କା
  • ||
  • ମେଘୁଆ ପାଗ ପରେ ସୁବର୍ଣ୍ଣପୁରରେ ଶୀତ ଲହରୀ ଆରମ୍ଭ
  • ||

ଅର୍ଥାଭାବରୁ ଆତ୍ମହତ୍ୟା କଲେ ବିଧବା ମହିଳା, ବେସାହାରା ହେଲେ ସନ୍ତାନ

Published By : Harapriya Sethi | December 26, 2024 12:53 PM

ବାଂଶପାଳ, ୨୬/୧୨: ସ୍ୱାମୀଙ୍କ ବିୟୋଗ ପରେ ଆର୍ଥିକ ସମସ୍ୟା ଏବଂ ପାରିବାରିକ ଅଶାନ୍ତିରୁ ଜୀବନ ହାରିଲେ ମହିଳା । ବେସାହାରା ହୋଇ ପଡିଲେ ୨ ସନ୍ତାନ । ମୃତ ମହିଳା ଜଣକ ପକି ମୁଣ୍ଡା(୩୨) ବୋଲି ଜଣାପଡ଼ିଛି । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ଅନ୍ତର୍ଗତ କୁଶକଳା କିସାନ ସାହିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । 

ସୂଚନା ମୁତାବକ, କିସାନ ସାହିର ନିରଞ୍ଜନ ମୁଣ୍ଡା ୩ ବର୍ଷ ତଳେ ରୋଗଗ୍ରସ୍ତ ହୋଇ ମୃତ୍ୟୁ ବରଣ କରିଥିଲେ । ସ୍ୱାମୀଙ୍କ ବିୟୋଗ ପରେ ପତ୍ନୀ ପକି ମୁଣ୍ଡା ୧୬ ବର୍ଷର ଝିଅ ଓ ୧୨ ବର୍ଷର ପୁଅକୁ ନେଇ ଘରେ ରହୁଥିଲେ । ତେବେ ସ୍ୱାମୀଙ୍କ ମୃତ୍ୟୁ ପରେ ପରିବାରରେ ଆର୍ଥିକ ସମସ୍ୟା ଲାଗି ରହିଥିଲା । ଅର୍ଥାଭାବ ଦୂରେଇବାକୁ ଝିଅ କିଛି ଦିନ ହେବ ବାହାରକୁ କାମ କରିବାକୁ ଚାଲି ଯାଇଥିବା ବେଳେ ସପ୍ତମ ଶ୍ରେଣୀରେ ପଢୁଥିବା ପୁଅ ଗୁରୁ ମୁଣ୍ଡାଙ୍କ ସହିତ ପକି ଗୁରୁବାର ସନ୍ଧ୍ୟାରେ ଖାଇ ସାରି ଘରେ ଶୋଇଥିଲେ । ସକାଳୁ ପୁଅ ଉଠି ମାଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲା । ଏହା ଦେଖି ଗୁରୁ ତାଙ୍କ ପୋଡ଼ୋଶୀଙ୍କୁ ଖବର ଦେଇଥିଲେ । ପଡ଼ୋଶୀମାନେ ଦୌଡ଼ି ଆସି ପକିଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖି ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ନୟାକୋଟ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.