ପ୍ରମୂଖ ଖବର
  • କଟକ : ନିଆଁ ଲାଗି ଜଳିଗଲା ୩ ବଖରା ଘର, କାରଣ ଅସ୍ପଷ୍ଟ
  • ||
  • କାଠଯୋଡି ନଦୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ନାବାଳକ ମୃତ
  • ||
  • ଭଞ୍ଜନଗର : ବ୍ରାହ୍ମଣପଦର ଗ୍ରାମରେ ହତ୍ୟାକାଣ୍ଡ, ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ବେଗୁନିଆପଡ଼ା : ପୂର୍ବ ଶତ୍ରୁତାରୁ ୨ ଭାଇଙ୍କୁ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଭାରସାମ୍ୟ ହରାଇ ଦଳବୋଝେଇ ଖାଲକୁ ଖସିଲା ଟ୍ୟାଙ୍କର୍‌, ଡ୍ରାଇଭର ମୃତ
  • ||
  • ତଣ୍ଡିକେରା ଛକରୁ ଦୁଇ ସନ୍ଦିଗ୍ଧଙ୍କୁ ଉଠାଇନେଲା ଚନ୍ଦନପୁର ପୁଲିସ, ଚାଲିଛି ପରିଚୟ ଖୋଜା
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ- ଇଣ୍ଡିଆନ୍ ମଧ୍ୟ ହେବ କଡ଼ା ଟକ୍କର, ନଜରରେ ପନ୍ତ, ରୋହିତଙ୍କ ବ୍ୟାଟିଂ
  • ||
  • ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠିକଣା, ୟୁନିଟ୍‌-୨ କ୍ୟାପିଟାଲ ନର୍ସରୀ ପାଖକୁ ଉଠିଯିବ
  • ||
  • ଯାଜପୁରରେ ଚାଞ୍ଚଲ୍ୟ, କର୍ମଜୀବୀ ମହିଳାଙ୍କୁ ହାତ ମୁହଁ ବାନ୍ଧି ଗଣଦୁଷ୍କର୍ମ ଅଭିଯୋଗ
  • ||
  • ଦିନିକିଆ ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କୁ ଅସ୍ଥାୟୀ ମଣ୍ଡପରେ ଦର୍ଶନ କରିବେ
  • ||
  • ମୟୂରଭଞ୍ଜ : ଦୋକାନୀଙ୍କୁ ଠେଙ୍ଗାରେ ପିଟି ସୁନା ବ୍ୟାଗ୍‌ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ଭଦ୍ରକ : ଗୋରୁ ବୋଝେଇ ପିକଅପ୍‌ ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୩ ଗୋରୁ ମୃତ, ଡ୍ରାଇଭର ଗୁରୁତର
  • ||
  • ରବିବାରଠୁ ତାତିରେ ବିରତି: ୨ ତାରିଖ ଯାଏ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବାଇକକୁ ଧକ୍କା ଦେଲା ଅଟୋ : ସ୍ତ୍ରୀ ମୃତ, ସ୍ୱାମୀ ଓ ପୁଅ ଗୁରୁତର, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

Published By : Prameya | March 2, 2025 6:18 PM

କୋକସରା, ୨/୦୩ :  ଆମପାଣି ଥାନା ଅନ୍ତର୍ଗତ ଭୁର୍ଷାଗୁଡା ରୁ କୁଳେରଗୁଡା ରାସ୍ତା ମଝିରେ ଏକ ବାଇକକୁ ଅଟୋ ଧକ୍କା ଦେବାରୁ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଓ ପୁଅ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଡୁଡୁକାଠେଙ୍ଗା ପଞ୍ଚାୟତ ଧୋବେନ ଚଞ୍ଚରା ଗ୍ରାମର ଗୋମତି ଦୁର୍ଗା (୩୫) ।  

ଡୁଡୁକାଠେଙ୍ଗା ପଞ୍ଚାୟତ ଧୋବେନ ଚଞ୍ଚରା ଗ୍ରାମ ର ଶଶୀଧର ଦୁର୍ଗା(୪୫) ପତ୍ନୀ ଗୋମତି ଦୁର୍ଗା (୩୫) ଓ ୮ ବର୍ଷ ର ପୁଅ କିରଣ ଦୁର୍ଗା ଏକ ବାଇକରେ (ଓଡ଼ି ୦୮ ଏଚ ୯୬୭୮) ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ। ଭୁର୍ଷାଗୁଡା ରୁ କୁଳେରଗୁଡା ରାସ୍ତା ମଝିରେ ବାଇକକୁ  ଅଟୋ ଧକ୍କା  ଦେଇଥିଲା। ଗୋମତି ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ  ଶଶୀଧର ଓ କିରଣ ଗୁରୁତର ହୋଇଥିଲେ। ଦୁର୍ଘଟଣା ଘଟିଥିବା ଦେଖି କିଛି ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ସମେତ ଆମପାଣି ପୁଲିସକୁ ଖବର ଦେଇଥିଲେ। 

ଖବର ପାଇ ୧୦୮ ଆମ୍ବୁଲାନ୍ସ ପହଞ୍ଚି ଗୁରୁତର ଶଶୀଧର ଓ ତାଙ୍କ  ପୁଅକୁ କୋକସରା ଡାକ୍ତରଖାନାରେ ନେଇ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଗୁରୁତର ବାପା ଓ ପୁଅଙ୍କୁ ଜିଲ୍ଲା ମୁଖ୍ୟାଳୟ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଆମପାଣି ପୁଲିସ ପହଞ୍ଚି ଶବ ଜବତ ସହ  ଘଟଣାର ତଦନ୍ତ କରୁଛି।  ଦୁର୍ଘଟଣା ସ୍ଥଳରେ ମୃତକଙ୍କ ପରିଜନମାନେ ପହଞ୍ଚି ଦୁର୍ଘଟଣା ଗାଡିକୁ ଠାବ କରିବା ସହ କ୍ଷତିପୂରଣ ଦାବିରେ ବିଜୁ ଏକ୍ସପ୍ରେସ ୱେ କୁ ଅବରୋଧ କରିଥିଲେ। କୋକସରା ତହସିଲଦାର କ୍ଷୀରୋଧ ବିହାରୀ ଭାରତ ନାଗ ଓ ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା ଘଟଣାସ୍ଥଳରେ ପହଞ୍ଚି ମୃତକ ଙ୍କ ପରିଜନ ଙ୍କ ସହ ଆଲୋଚନା କରିଥିଲେ।  ସରକାରୀ ନିୟମ ଅନୁଯାୟୀ ଯାହା କ୍ଷତିପୂରଣ ଅର୍ଥ ରହିଛି ତାହା ଦିଆଯିବା ପ୍ରତିଶ୍ରୁତି ସହ ରେଡ଼କ୍ରସ ରୁ ୧୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିଥିଲେ। ଏହା ପରେ ମୃତ ମହିଳାଙ୍କ ଶବ ରାସ୍ତା ରୁ ଉଠାଇବା ସହ ରାସ୍ତା ଅବରୋଧ ହଟିଥିଲା। ପୋଲିସ ମୃତ ମହିଳା ଙ୍କ ଶବ କୁ ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନା କୁ ପଠାଇ ଏକ  ମାମଲା ରୁଜୁ କରିଛି। ଅନ୍ୟପକ୍ଷରେ ଦୁର୍ଘଟଣା ଘଟାଇ ଅଟୋଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.