ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଏହି ରାଶିର ବ୍ୟକ୍ତି ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ

Published By : Gurupada Nath | February 4, 2025 11:03 PM

ମେଷ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ନିଜର ଲୋକମାନେ ଶତ୍ରୁତା ଆଚରଣ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଉପୁଯିବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପମାନର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଳମ୍ବ ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ଗାୟତ୍ରୀ ।

ମିଥୁନ : ଏକାଦଶ ଚନ୍ଦ୍ର, ବୁଧବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ  ଏବଂ ଆୟର ନୂତନ ମାର୍ଗ ଖୋଲିବ । କର୍ମରେ ଆଶାଠାରୁ ଅଧିକ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଘାତବାର ଏବଂ ଦଶମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା : ଭଗବାନ ଶିବ ।

ସିଂହ : ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ମଘା ସିଂହ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ୍‌, ସଂଖ୍ୟା : ୬, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଦ୍ୱିଗୁଣ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ସପ୍ତମ ଚନ୍ଦ୍ର, ବୁଧବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ମହିଳା ସକହର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ମା’ କାଳୀ ।

ବିଛା : ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ପରସ୍ପର ମଧ୍ୟରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସ୍ଥିରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା, କର୍ମକୁଶଳତା, କାର୍ଯ୍ୟଦକ୍ଷତା, ନିପୁଣତା, ଶ୍ରେଷ୍ଠତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ପଞ୍ଚମ ଚନ୍ଦ୍ର ଏବଂ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନରେ ଅସ୍ଥିରତା ଭାବ ପ୍ରକାଶ ପାଇବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ଆପଣଙ୍କ ବାକ୍‌ ସଂଯମତା ଓ ବିଚକ୍ଷଣତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମୂଳା ଧନୁ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ଚତୁର୍ଥ ଚନ୍ଦ୍ର, ଅଷ୍ଟମୀ ତିଥି ଯୋଗୁ ଗୁରୁଜନଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକ୍ଷତି, ମାନସିକ ଅସ୍ଥିରତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅନ୍ୟଠାରୁ ଆଣିଥିବା ଧନ ଫେରିପାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇପାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ତୃତୀୟ ଚନ୍ଦ୍ର ଯୋଗୁ ମନରେ ଉନ୍ନତ ଚିନ୍ତାଧାରା, ଦୃଢ଼ ଇଚ୍ଛାଶକ୍ତି ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ ଓ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଭୈରବୀ ।

ମୀନ : ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ ।   ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା ପରିଶ୍ରମ ତୁଳନାରେ ମିଳିବ ନାହିଁ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.