ପ୍ରମୂଖ ଖବର
  • ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି
  • ||
  • ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା, ନାଁ ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ଜନ୍ମଦିନରେ ବାଣ୍ଟିବେ ସୁଭଦ୍ରା, ଆବାସ, କଳିଙ୍ଗ ଷ୍ଟାଡିୟମ ‘ସଟଲ୍‌’କୁ ଲୋକାର୍ପିତ କରିବେ
  • ||
  • କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିଦା ହେଲେ କମିଶନର ବିନୀତ ଗୋୟଲ
  • ||
  • ଜଳେଶ୍ଵର: ଲଗାଣ ବର୍ଷାରେ ଧଶିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍ ପୋଲ, ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହେବା ଆଶଙ୍କା
  • ||
  • ଶବର ସାହିରେ ୩୦ ମିନିଟ୍‌ ରହିବେ ପ୍ରଧାନମନ୍ତ୍ରୀ, ପିଏମ୍‌ ଆବାସ ହିତାଧିକାରୀଙ୍କୁ ଭେଟିବେ
  • ||
  • ଆସନ୍ତା ୨୩ରେ ପୁଣି ଲଘୁଚାପ: ଆଜିଠୁ ଶୁଖିଲା, ୨୨ରୁ ବଢ଼ିବ ବର୍ଷା
  • ||

ସେପ୍ଟେମ୍ବର ୧୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ହେବ ଯାଞ୍ଚ

ପୁରୀ, ୧୨/୯ :  ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ.ଆଇ ) ପକ୍ଷରୁ ଆସନ୍ତା ୧୮ ସେପ୍ଟେମ୍ବରରେ  ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ । ଏ ନେଇ ଏ.ଏସ୍.ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ତଦନୁସାରେ, ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଂଚ (preliminary inspection and technical survey) ଅନୁଷ୍ଠିତ ହେବ । ଏ.ଏସ୍.ଆଇର  ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ ହେବ । 

ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ  SOP ଅନୁସାରେ  ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ କୋଠରୀକୁ ସ୍ଥାନାନ୍ତରଣ ଏବଂ ଖାଲି ଆଲମିରା ତଥା ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇ ସାରିଛି l ତା’ପରେ ଏ.ଏସ୍.ଆଇ କୁ ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ।  ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା l ଏହା  ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏ.ଏସ୍.ଆଇ କୁ ଅନୁରୋଧ କରାଯାଇଥିଲା l ପୂର୍ଣ୍ଣାଙ୍ଗ ଅତ୍ଯାଧୁନିକ ତଥା ବୈଷୟିକ ଯାଂଚ ପରେ ଏ.ଏସ୍.ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ଯ ଅବିଳମ୍ବେ ସାରିବାକୁ ମୁଖ୍ଯ ପ୍ରଶାସକ ଅନୁରୋଧ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.