ପ୍ରମୂଖ ଖବର
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଜଙ୍ଗଲରୁ ମହିଳାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର

କନ୍ଧମାଳ,୯।୧୦ :  ସଦର ଥାନା ଅନ୍ତର୍ଗତ ମିଣିଆ ନିକଟସ୍ଥ ଜଙ୍ଗଲରୁ ବୁଧବାର ଜଣେ ମହିଳାଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ଫିରିଙ୍ଗିଆ ଥାନା ଖଜୁରୀପଡା ଗ୍ରାମର ସାରଳା ବେହେରା । ସାରଳା ଗତ ମାସ ୨୧ ତାରିଖରୁ ନିଖୋଜ ଥିଲେ। ଏ ନେଇ ଗତ ୨୩ ତାରିଖରେ ତାଙ୍କ ବାପା ନବଘନ ବେହେରା ସଦର ଥାନାରେ ଏତଲା ଦେଇଥିଲେ। 

ସାରଳା ମିଣିଆ ପଞ୍ଚାୟତ ତାଡିକେଜୁ ଗ୍ରାମର କୁନା ଦିଗାଲଙ୍କୁ ବିବାହ କରିଥିଲେ। ତେବେ ସେ ସାରଳାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ସହ ମରଣାନ୍ତକ ଆକ୍ରମଣ କରିଥିବା  ବାପା ନବଘନ ଅଭିଯୋଗ କରିଛନ୍ତି। ୨୧ ତାରିଖ ଦିନ କୁନାଙ୍କ ଭାଇ ସାରଳା ଘରୁ କୁଆଡେ ଚାଲି ଯାଇଥିବା ନେଇ ନବଘନଙ୍କୁ ଫୋନ କରି ଜଣାଇଥିଲେ। ସାରଳାଙ୍କ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରି ନ ପାଇବାରୁ ସଦର ଥାନାରେ ଏତଲା ଦେଇଥିଲେ। ଆଜି ସକାଳେ କିଛି ଲୋକ ଜଙ୍ଗଲକୁ ଯାଇଥିବା ବେଳେ ସେଠାରେ ଗଳିତ ମୃତଦେହ ପଡିଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଲୋକେ ଆସି ଶବ ଚିହ୍ନଟ କରିଥିଲେ। ସାରଳାଙ୍କ ଶବ ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ଥିବା ଦେଖିବାକୁ ମିଳିଛି। ମୁଣ୍ଡର ଗଣ୍ଡି ଅଲଗା ହୋଇ ଯାଇଛି। ତାଙ୍କର ଓଢ଼ଣୀ ନିକଟସ୍ଥ ଏକ ଗଛରେ ଝୁଲୁଥିବା ବି ଦେଖାଯାଇଛି। ସୂଚନା ପାଇ ସଦର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଏ ନେଇ ଏକ ମାମଲା ରୁଜ୍ଜୁ କରାଯାଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ସୀତାଂଶୁ ଶେଖର ମାନ୍ଧାତା ସୂଚନା ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.