ପ୍ରମୂଖ ଖବର
  • ବାଲେଶ୍ବର : OSSC ପରିଚାଳିତ ପରୀକ୍ଷାର ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଛାତ୍ରଛାତ୍ରୀଙ୍କ ଅଭିଯୋଗ, ଖଣ୍ଡନ କଲେ କର୍ତ୍ତୃପକ୍ଷ
  • ||
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ମହିଳାଙ୍କୁ ହତ୍ୟା ଅଭିଯୋଗ , କବର ଖୋଳି ମୃତଦେହ ବାହାର କଲା ପୋଲିସ

ବିଞ୍ଝାରପୁର,୬।୧୦(ଆପ୍ର): ବିଞ୍ଝାରପୁରରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ହତ୍ୟା କରିଥିବା ତାଙ୍କ ବାପ ଘର ଲୋକେ  ଅଭିଯୋଗ କରିଥିଲେ। ପୋଲିସ ଘଟଣାର ସତ ବାହାର କରିବା ପାଇଁ ମାଟିତଳୁ କବର ଖୋଳି  ମୃତଦେହ ବାହାର କରିଛି । ମୃତଦେହକୁ ବ୍ୟବଛେଦ ପାଇଁ  ଯାଜପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି। 

ପଶ୍ଚିମବଙ୍ଗ ରାଜ୍ୟ ମେଦିନାପୁର ଜିଲ୍ଲା ଦେବରା ଥାନା ଅଞ୍ଚଳର ଠିକାଦାର ରାଜାଉଲ୍ଲ ରେହମାନଙ୍କ ଝିଅ ରୋଜିନା ଖାତୁନଙ୍କୁ ବିଞ୍ଝାରପୁର ଥାନା କାଲାମହଲ୍ଲା ଗ୍ରାମର ସେକ ଇସହାକଙ୍କ ପୁଅ ସେକ ମୁସ୍ତକିମ ୨୦୧୭ ମସିହାରେ ବିବାହ କରିଥିଲେ। ବିବାହ ସମୟରେ ବର ପକ୍ଷଙ୍କ ଦାବି ଅନୁଯାୟୀ କନ୍ୟା ପକ୍ଷ ନଗଦ ୫ ଲକ୍ଷ ଟଙ୍କା, ୧୨୦ ଗ୍ରାମ ସୁନା ଅଳଙ୍କାର ସମେତ ଘରୋଇ ସାମଗ୍ରୀ ଦେଇଥିଲେ। ବିଭିନ୍ନ ସମୟରେ ଶଶୁରଘର ଲୋକ ଅଧିକ ଯୌତୁକ ଦାବି କରି ରୋଜିନାଙ୍କୁ ମାନସିକ ନିର୍ଯ୍ୟାତନା ଦେଇଆସୁଥିଲେ। ଗତମାସ ୨୧ ତାରିଖ ରାତି ୧୧ଟାରେ ରୋଜିନାଙ୍କୁ ହତ୍ୟା କରାଯାଇଥିବା ପରିବାର ପକ୍ଷରୁ ଗତକାଲି ବିଞ୍ଝାରପୁର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତିକରି ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଆଜି ମାଜିଷ୍ଟ୍ରେଟ ଓ ସାଇଣ୍ଟିଫିକ ଟିମ ଉପସ୍ଥିତିରେ ରିଜିନାଙ୍କୁ କବର ଦିଆଯାଇଥିବା ମାଟିତଳୁ ଖୋଳା ଯାଇ ଶବ ଜବତ କରିବାକୁ ପ୍ରକ୍ରିୟା ଆରମ୍ଭ କରି ବ୍ୟବଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.