ପ୍ରମୂଖ ଖବର
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରେଭେନ୍ସା ବିଶ୍ୱବିଦ୍ୟାଳୟ ୧୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ
  • ||
  • ମଙ୍ଗଳବାରଠୁ ଆଧାର ଓଟିପିରୁ ବୁକ୍‌ ହେବ ତତ୍କାଳ ଟିକଟ, ପ୍ରଥମ ୩୦ ମିନିଟ୍‌ ଏଜେଣ୍ଟ କରିପାରିବେନି ବୁକିଂ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଟ୍ରକ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ, ପରିଚୟ ଅସ୍ପଷ୍ଟ

Published By : Harapriya Sethi | February 7, 2025 11:55 AM

ଭୁବନେଶ୍ୱର,୦୭/୦୨: ରାସ୍ତା ପାର ହେଉଥିବା ବେଳେ ଦ୍ରୁତ ଗତିରେ ମାଡ଼ି ଆସିଲା ଟ୍ରକ୍‌ । ଚାହୁଁଚାହୁଁ  ମହିଳାଙ୍କ ଉପରେ ଚଢିଗଲା ଟ୍ରକ୍‌ । ଘଟଣା ସ୍ଥଳରେ ଆଖି ବୁଜିଦେଲେ ମହିଳା । ଦୁର୍ଘଟଣା ଘଟାଇ ଫେରାର ହେଲା ଡ୍ରାଇଭର । ମୃତ ମହିଳାଙ୍କ ପରିଚୟ ଅସ୍ପଷ୍ଟ ରହିଛି । କଟକ ଜିଲ୍ଲା ୧୬ ନମ୍ୱର ଜାତୀୟ ରାଜପଥ ମଙ୍ଗୁଳି ଛକରେ ଏଭଳି ଘଟଣା ଘିଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ମହିଳା ଜଣକ କଟକ ରାସ୍ତାରୁ ଚୌଦ୍ଵାର ରାସ୍ତା ଆଡ଼କୁ ଆସୁଥିବା ବେଳେ ଏହି ଘଟଣାଟି ଘଟିଛି । ଟ୍ରକ୍‌ଟି କଟକରୁ ଚୌଦ୍ୱାର ଆଡ଼କୁ ଦ୍ରୁତ ଗତିରେ ଆସୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ମହିଳାଙ୍କ ମୃତ୍ୟୁ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଟାଙ୍ଗୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିଛି । ଏହା ସହ ମହିଳାଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବଡ ମେଡିକାଲ ପଠାଇଛି । ଟ୍ରକ୍‌ ଡ୍ରାଇଭରକୁ ଖୋଜି ଘଟଣାର ତଦନ୍ତ ଚଳାଇଛି ପୋଲିସ । 

ବରଯାତ୍ରୀ କାର୍‌ ସହ ମୁହାଁମୁହିଁ ଧକ୍କା ହେଲା ଟ୍ରକ୍‌, ବରକନ୍ୟାଙ୍କ ସମେତ ୫ ଆହତ

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.