ପ୍ରମୂଖ ଖବର
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଖୁଣ୍ଟୁଣି ରେଞ୍ଜରେ ଦନ୍ତା ଉତ୍ପାତ, ଛେଳି ଚରାଇବାକୁ ଯାଇ ମହିଳା ମୃତ

Published By : Harapriya Sethi | October 11, 2024 12:03 PM

ଆଠଗଡ଼,୧୧/୧୦: ଦନ୍ତା ଆକ୍ରମଣରେ ପ୍ରାଣ ହରାଇଲେ ମହିଳା ।  ମୃତ ମହିଳା ଗୁରୁଡିଝାଟିଆ ଥାନା ଅନ୍ତର୍ଗତ ଖିରିଖିଆ ଗ୍ରାମର ୫୫ ବର୍ଷୀୟ ବେଲ ତିରିଆ ବୋଲି ଜଣାପଡ଼ିଛି । ଆଠଗଡ଼ ବନଖଣ୍ଡ ଖୁଣ୍ଟୁଣି ରେଞ୍ଜ ଗୋବରା ସଂରକ୍ଷିତ ଜଙ୍ଗଲରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବେଲ ତିରିଆ ଗୁରୁବାର ସନ୍ଧ୍ୟା ସମୟରେ ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିଲେ । ଏହି ସମୟରେ ଦନ୍ତା ହାତୀ ଆକ୍ରମଣର ଶିକାର ହୋଇ ନିଖୋଜ ଥିଲେ । ଘରକୁ ଫେରିବାରେ ବିଳମ୍ୱ ହେବାରୁ ମହିଳାଙ୍କ ପରିବାର ଲୋକେ ତାଙ୍କୁ ଜଙ୍ଗଲରେ ଖୋଜାଖୋଜି କରିଥିଲେ । ସେଠାରେ ଖୋଜାଖୋଜି କରିବା  ସମୟରେ ମହିଳାଙ୍କ ମୃତଦେହ ଦେଖିବାକୁ ପାଇଥିଲେ ।ଏହା ଦେଖି ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ   ଖୁଣ୍ଟୁଣି ବନ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚିଥିଲେ ।  ସେଠାରେ ପହଞ୍ଚି  ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଅଧିକ ତଦନ୍ତ ଚଳାଇଛି ବନ ବିଭାଗ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.