ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଯାତ୍ରୀବାହୀ ବସ୍ ଧକ୍କାରେ ମହିଳା ମୃତ, ଥାନାରେ ଆତ୍ମସମର୍ପଣ କଲା ଡ୍ରାଇଭର୍

ଭାପୁର, ୧୬।୯ : ଭୁବନେଶ୍ଵର ଯିବା ପାଇଁ ବସ୍‌କୁ ଅପେକ୍ଷା କରିଥିଲେ ମହିଳା। ବସ୍ ଧକ୍କାରେ ଚାଲିଗଲା ଜୀବନ। ନୟାଗଡ଼ ଜିଲ୍ଲା ଫତେଗଡ ଥାନା ଅର୍ନ୍ତଗତ ଭାପୁର କଳାପଥର ବାଇପାସ୍ ରାସ୍ତାରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଧଳାପଥର ଫାଣ୍ଡିରେ ଡ୍ରାଇଭର ଆତ୍ମସମର୍ପଣ କରିଛନ୍ତି। 

ସୂଚନାନୁଯାୟୀ, ଭାପୁର ବ୍ଲକ ଗୋଳାପୋଖରୀ ପଞ୍ଚାୟତ କରଡାପଲ୍ଲୀ ଗ୍ରାମର ହୁଲ୍ଲାସ ବେହେରା (୬୪ ବର୍ଷ) କଳାପଥର ବାଇପାସ୍ ରାସ୍ତାରେ ଭୁବନେଶ୍ୱର ଯିବା ପାଇଁ ବସ୍‌କୁ ଅପେକ୍ଷା କରିଥିଲେ। ଏହି ସମୟରେ ତାଙ୍କୁ ଏକ ଯାତ୍ରୀବାହୀ ବସ୍ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହୁଲ୍ଲାସଙ୍କ ମୃତ୍ୟୁ ହୋଇଥିଲା। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକମାନେ ରାସ୍ତାରୋକ କରିଥିଲେ। ଘଟଣାସ୍ଥଳରେ ଭାପୁର ବିଟ୍ ହାଉସ ଅଧିକାରୀ ସଞ୍ଜୟ କୁମାର ପରିଡ଼ା ଓ ପୋଲିସ କର୍ମଚାରୀ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା।ସେପଟେ ବସ୍ ଧକ୍କା କରି ଧଳାପଥର ଫାଣ୍ଡିରେ ଡ୍ରାଇଭର ଆତ୍ମସମର୍ପଣ କରିଥିବା ଜଣାପଡିଛି। ଶବ ବ୍ୟବଚ୍ଛେଦ ପାଇଁ ପୋଲିସ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ମୃତଦେହ ପଠାଇଥିବା ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.