ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ନାଳରେ ବୁଡ଼ି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ

Published By : Harapriya Sethi | October 2, 2024 9:06 AM

କନ୍ଧମାଳ,୦୨/୧୦: ନାଳରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ । ମୃତକ କୁଡୁତୁଲି ପଞ୍ଚାୟତ ମୁଣ୍ଡାରଗାଁର ବିଦୁର ପାତ୍ରଙ୍କ ସ୍ତ୍ରୀ ଶ୍ରୀମତୀ ପାତ୍ର ବୋଲି ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା କ.ନୁଆଗାଁ ଥାନା ଅଞ୍ଚଳରେ ଏଭଳି ଦୁଃଖଦ ଘଟଣା ଘଟିଛି । 

ସୂଚନା ମୁତାବକ, ଶ୍ରୀମତୀ ପାତ୍ର ସବୁଦିନ ଭଳି ବୁଧବାର ମଧ୍ୟ ଗାଁ ନିକଟସ୍ଥ ଡିଗିରିପଡ଼ି ନାଳକୁ ଗାଧୋଇବାକୁ ଯାଇଥିଲେ । ସେ ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜିବାକୁ ବାହାରିଥିଲେ । ଗାଧୋଇବାକୁ ଯାଇଥିବା ନାଳ ନିକଟକୁ ଯାଇ ଦେଖିବା ବେଳେ ମହିଳାଙ୍କ ମୃତଦେହ ପାଣିରେ ଭାସୁଥିବା ଦେଖିଥିଲେ । ସେଠାରୁ ତାଙ୍କ ମୃତଦେହ ଉଦ୍ଧାର କରି କ.ନୁଆଗାଁ ଡାକ୍ତରଖାନାକୁ ନେଇଥିଲେ । ସେଠାରେ ଡାକ୍ତର ଶ୍ରୀମତୀ ପାତ୍ରଙ୍କୁ ମୃତ ଘୋଷଣା କରିବା ସହ କ.ନୁଆଗାଁ ଥାନା ପୋଲିସକୁ ସୂଚନା ଦେଇଥିଲେ । ଖବର ପାଇ କ.ନୁଆଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି । ଏହା ସହ ଶବ ବ୍ୟବଚ୍ଛେଦ ପାଇଁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି । ସେପଟେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବାପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.