ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ବାଉଁଶୁଣୀ କଲେଜ ନିକଟରୁ ମହିଳାଙ୍କ ବେକରୁ ସୁନା ଚେନ୍ ଲୁଟ ଘଟଣା; ଅଭିଯୋଗ ପରେ ପୁଲିସର ତଦନ୍ତ ଆରମ୍ଭ

Published By : Bijay Swain | July 14, 2025 11:13 PM

ବାଉଁଶୁଣୀ,୧୪/୭(ଆପ୍ର): ରବିବାର ରାତ୍ର ୯ ଘଣ୍ଟା ସମୟରେ ବାଉଁଶୁଣୀ କଲେଜ ନିକଟରୁ ମହିଳାଙ୍କ ବେକରୁ ସୁନା ଚେନ୍, ମଙ୍ଗଳ ସୂତ୍ର ଲୁଟ୍ ମାମଲାର ଅଭିଯୋଗ ହେବା ପରେ ତଦନ୍ତ ଆରମ୍ଭ କରିଛି ବାଉଁଶୁଣୀ ପୋଲିସ l 

ସୂଚନା ମୁତାବକ, ରବିବାର ସନ୍ଧ୍ୟାରେ ତାଲସରଡା ଗ୍ରାମ ପଞ୍ଚାୟତ ବସ୍ତମପୁର ଗ୍ରାମର ଗିରିଶ ଚନ୍ଦ୍ର ଦାଶ ନିଜ ପତ୍ନୀଙ୍କ ସହ ଏକ ବାଇକ ଯୋଗେ ସୋନପୁରରୁ ନିଜ ଘରକୁ ଫେରୁଥିବା ସମୟରେ ବାଉଁଶୁଣୀ କଲେଜ ହମ୍ପ୍ସ୍ ନିକଟରେ ଜଣେ ଦୁର୍ବୃତ୍ତ ତାଙ୍କ ପତ୍ନୀଙ୍କ ବେକରେ ପିନ୍ଧିଥିବା ସୁନା ଚେନ୍, ମଙ୍ଗଳ ସୂତ୍ର ଓ ଭ୍ୟlନିଟି ବେଗ ଟାଣି ନେଇ ଏକ ପଲସର୍ ବାଇକ ଯୋଗେ ଚାଲି ଯାଇଥିଲେ l 

ଏହାପରେ ଦମ୍ପତ୍ତି ଦ୍ୱୟ ଜୋରରେ ପାଟି କରିଥିଲେ। ସେମାନଙ୍କ ପାଟି ଶୁଣି ସ୍ଥାନୀୟ ଲୋକେ ଲୁଟେରାକୁ ଗୋଡ଼ାଇ ଦନ୍ତାପାଲି ଛକ ନିକଟରେ କାବୁ କରି ପୁଲିସରେ ଜିମା ଦେଇଥିଲେ l ଆଜି ଏ ସମ୍ପର୍କରେ ଲିଖିତ ଅଭିଯୋଗ ହେବା ପରେ ବାଉଁଶୁଣୀ ପୁଲିସ ଜଣେ ଲୁଟେରାକୁ ଥାନାରେ ଅଟକ ରଖି ତଦନ୍ତ କରୁଥିବା ଜଣାପଡିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.