ପ୍ରମୂଖ ଖବର
  • ସନ୍ଧ୍ୟାରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ, ସାଂସ୍କୃତିକ କାର୍ଯ୍ୟକ୍ରମରେ ହେବେ ସାମିଲ
  • ||
  • ଝାରସୁଗୁଡ଼ା ଇକୋ ପାର୍କରେ ଅଗ୍ନିକାଣ୍ଡ, ଜଳିଗଲା ୨୨ ହଜାରରୁ ଉର୍ଦ୍ଧ୍ୱ ଗଛ
  • ||
  • କଟକ : ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାରଲୋକେ
  • ||
  • ବଲାଙ୍ଗୀର : ବରକୁ ହତ୍ୟା ଷଡ଼ଯନ୍ତ୍ର ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ
  • ||
  • ପୁରୀ : ବାଲିକପିଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼, ରାତି ୩ଟାରେ ଉଠିବ ମହାଦୀପ
  • ||
  • ବାଲେଶ୍ୱର : ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଶିବରାତ୍ରୀ ପାଇଁ ବାବା ଧବଳେଶ୍ୱରଙ୍କ ପୀଠରେ ଭକ୍ତଙ୍କ ସମାଗମ, ରାତି ୧ଟାରେ ଉଠିବ ମହାଦୀପ
  • ||
  • ଶ୍ରୀଲିଙ୍ଗରାଜ ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼, ଠେଲାପେଲା ଭିତରେ ୨ ମହିଳା ଗୁରୁତର
  • ||
  • ଭଦ୍ରକ : ଦୁର୍ଘଟଣାଗ୍ରସ୍ତ ହୋଇ ଓଭର୍ ବ୍ରିଜ୍‌ରୁ ତଳକୁ ଖସିଲା ଦୁଇ ଟ୍ରକ୍‌, ୩ ଗୁରୁତର
  • ||
  • ଜାଗର ପାଇଁ ଚଳଚଞ୍ଚଳ ଲୋକନାଥଙ୍କ ପୀଠ, ଭୋର ୩ଟାରେ ଉଠିବ ମହାଦୀପ
  • ||

ପ୍ରେମିକାର ଗଳାକାଟି ହତ୍ୟା ଘଟଣା, ଅଭିଯୁକ୍ତ ପ୍ରେମିକକୁ ବାନ୍ଧିଲା ପୋଲିସ

Published By : prameya | February 26, 2025 11:06 AM

ସୋର,୨୬/୦୨:ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣା ।  ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୋଲିସ। ଦୀର୍ଘ ୪୩ ଘଣ୍ଟାର କସରତ ପରେ ପୁଲିସ ଅଭିଯୁକ୍ତ ବିଶ୍ୱରଞ୍ଜନ ପୁହାଣକୁ ନିଜ ଗ୍ରାମ ଚୂଡ଼ାମଣି ନିକଟ ଏକ ଜଙ୍ଗଲିଆ ସ୍ଥାନରୁ ତାକୁ ଗିରଫ କରିଛି। ତେବେ ପୁଲିସକୁ ଦେଖିବା ପରେ ଅଭିଯୁକ୍ତ ବିଷ ପିଇ ଦେଇଥିଲା। ଫଳରେ ପୋଲିସ ତାକୁ ସେଠାରୁ ସିଧା ବାସୁଦେବପୁର ଡାକ୍ତରଖାନାକୁ ନେଇଥିଲା। ସେଠାରୁ ପ୍ରାଥମିକ ଚିକିତ୍ସାପରେ ଡାକ୍ତର ତାଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଛନ୍ତି। ତେବେ ପୁଲିସ ତାଙ୍କୁ ଭଦ୍ରକରୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ଆଣି ଚିକିତ୍ସା କରିବ ବୋଲି ପୁଲିସ ସୂଚନା ଦେଇଛି।

ତେବେ ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ତ ୨୪ ତାରିଖ ଦିନ ୧୧ଟା ସମୟରେ ଘଟିଥିଲା ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ।  ଘରେ ପଶି ଜଣେ ଯୁବତୀଙ୍କ ଗଳା କାଟି ହତ୍ୟା କରିଥିଲା ପ୍ରେମିକ। ପ୍ରେମ ସମ୍ପର୍କରେ ଫାଟ ସୃଷ୍ଟି ହେବାରୁ ଜଣେ ଯୁବକ ଏଭଳି ହତ୍ୟା ହୋଇଥିଲା।  ମୃତ ଯୁବତୀ  ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ମନୋରଞ୍ଜନ ରଣାଙ୍କ ଝିଅ ଜ୍ୟୋତିର୍ମୟୀ। ଏକ ଧାରୁଆ ଅସ୍ତ୍ରରେ ତାଙ୍କ ବେକ କଟାଯାଇଥିଲା। ପରିବାର ଲୋକେ ତାଙ୍କୁ  ସୋର ଡାକ୍ତରଖାନାକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.