ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ମାଲକାନଗିରି ଜିଲ୍ଲାରେ ‘ସୁଭଦ୍ରା’ ସ୍ଵାଗତ ପଦଯାତ୍ରା : ଯୋଗ ଦେଲେ ଶତାଧିକ ମହିଳା

ମାଲକାନଗିରି: ‘ସୁଭଦ୍ରା’ ଯୋଜନା ପାଇଁ ମାଲକାନଗିରି ଜିଲ୍ଲାରେ ମହିଳାଙ୍କ ଆଗ୍ରହ ବଢି ଚାଲିଛି। ଆଜି ( ରବିବାର) ୧୫ ସେପ୍ଟେମ୍ୱରରେ ଜିଲ୍ଲାରେ ହେଉଥିବା ସୁଭଦ୍ରା ସ୍ଵାଗତ ପଦଯାତ୍ରାରେ ଯୋଗ ଦେଇଛନ୍ତି ଶତାଧିକ ମହିଳା। ମାଲକାନଗିରି ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରୁ ଏହି ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। 

ଅତିରିକ୍ତ ଜିଲ୍ଲାପାଳ , ରାଜସ୍ୱ , ବେଦବର ପ୍ରଧାନ ଓ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ନରେଶ ଚନ୍ଦ୍ର ଶବର ପତାକା ଦେଖାଇ ଏହି ପଦଯାତ୍ରାର ଶୁଭାରମ୍ଭ କରି ଥିଲେ। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ତେରେସ୍କଭା ମଲ୍ଲିକ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ପ୍ରମିଳା ମାଝୀ, ମିଶନ ଶକ୍ତି ଡିପିଏମ୍ , ନିରଞ୍ଜନ ତାଙ୍ଗାରଙ୍ଗା, ଡିପିମ୍ , ଓଏଲ୍ଏମ୍, ପବିତ୍ର ମୋହନ ବାରା ଓ ଏପିଡି, ବାଲାଜୀ ପଟ୍ଟନାୟକ ଉପସ୍ଥିତ ଥିଲେ। ଏହି ମହିଳାଙ୍କ ପଦଯାତ୍ରା ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରୁ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା।

ପ୍ରାୟ ୫୦୦ ଜଣ ସ୍ଵୟଂ ସହାୟକ ଗୋଷ୍ଠୀ ମହିଳା ଏହି ପଦଯାତ୍ରାରେ ସାମିଲ ହୋଇ ସୁଭଦ୍ରା ସଚେତନତା ସ୍ଲୋଗାନ ଦେଇଥିବା ବେଳେ ସାଥିରେ ସୁଭଦ୍ରା ରଥ ମଧ୍ୟ ପରିକ୍ରମା କରିଥିଲା। ପଦଯାତ୍ରା ପରେ ଜିଲ୍ଲା ପରିଷଦ କାର୍ଯ୍ୟାଳୟ ଠାରେ ଏସଏଜି ମହିଳାଙ୍କୁ ନେଇ ଗ୍ରୁପ ଡିସକସନ୍ ଓ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଅନୁରୂପ ଭାବେ ଜିଲ୍ଲାର ସାତଟି ବ୍ଲକରେ ବିଡ଼ିଓ ମାନଙ୍କ ଉପସ୍ଥିତିରେ ସୁଭଦ୍ରା ସ୍ଵାଗତ ପଦଯାତ୍ରା ଅନୁଷ୍ଠିତ ହୋଇ ଯାଇଛି। 

ସୂଚନା ଥାଉ କି, ମିଶନ ଶକ୍ତି ବିଭାଗ ଜିଲ୍ଲାର ସ୍ଵୟଂ ସହାୟକ ଗୋଷ୍ଠୀ ମହିଳା ମାନଙ୍କ ମାଧ୍ୟମରେ ସୁଭଦ୍ରା ଯୋଜନା ବିଷୟରେ ସଚେତନତା ସୃଷ୍ଟି କରୁଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ସଞ୍ଜୀବ ସାହୁ, ସଦର ସିଡିପିଓ, ଜିଲ୍ଲା ସମାଜ ମଙ୍ଗଳ  ଓ ସଦର ବ୍ଳକ କାର୍ଯ୍ୟାଳୟ କର୍ମଚାରୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରି ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.