ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ମଦ ଦୋକାନ ଉଚ୍ଛେଦ ପାଇଁ ମହିଳାଙ୍କ ବିରୋଧ: ସପ୍ତାହେ ଭିତରେ ବନ୍ଦ କର, ନହେଲେ ଆଇନକୁ ହାତକୁ ନେବୁ

Published By : Harapriya Sethi | June 23, 2025 1:46 PM

ଚନ୍ଦନେଶ୍ଵର,୨୩/୦୬: ବାଲେଶ୍ୱର ଜିଲ୍ଲା ଭୋଗରାଇର ନିମାତପୁର ପଞ୍ଚାୟତରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ ଚୋରା ମଦ ଦୋକାନ ଉଚ୍ଛେଦ ପାଇଁ ସୋମବାର ମହିଳା ମାନେ ଅଣ୍ଟା ଭିଡିଛନ୍ତି । ଏକ ସପ୍ତାହ ମଧ୍ୟରେ ଏହି ବେଆଇନ କାରବାର ବନ୍ଦ ନକଲେ ଆଇନକୁ ହାତକୁ ନେବେ ବୋଲି ଚେତାବନୀ ଦେଇଛନ୍ତି । 

ମିଳିଥିବା ସୂଚନା ଅନୁଯାୟୀ, ନିମାତପୁର ପଞ୍ଚାୟତରେ ୫ରୁ ଅଧିକ ବେଆଇନ ଚୋରା ମଦ ଦୋକାନ ସହିତ ବ୍ରାଉନ ସୁଗର କାରବାର ମଧ୍ୟ ଚାଲିଛି। ଗାଁଲୋକେ ପୁଲିସ ପ୍ରଶାସନଠାରୁ ଆରମ୍ଭ କରି ଅବକାରୀ ବିଭାଗକୁ ଜଣାଇ ଆସୁଥିଲେ ସୁଦ୍ଧା କୌଣସି କାର୍ଯ୍ୟାନୁଷ୍ଠାନ ହେଉନି । ଫଳରେ ସୋମବାର ନିମାତପୁର ପଞ୍ଚାୟତର ସରପଞ୍ଚ, ସମିତି ସଦସ୍ୟ ଓ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାମାନେ ଏହାକୁ ଉଚ୍ଛେଦ ପାଇଁ ବାହାରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.