ପ୍ରମୂଖ ଖବର
  • ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଅଗ୍ରସର ହେବାକୁ ପାଗ ଅନୁକୂଳ
  • ||
  • ଆକର୍ଷଣୀୟ ହେବ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା, ରାଜସ୍ବ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
  • ||
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ଗନ୍ଧମାର୍ଦ୍ଦନରୁ ମହିଳାଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ, ପାହାଡ଼ ଚଢିବାବେଳେ ହୋଇପଡ଼ିଥିଲେ ଅଚେତ୍

Published By : Prameya | May 13, 2025 2:21 PM

ଖପ୍ରାଖୋଲ ୧୩/୫: ନୃସିଂହ ଚତୁର୍ଦ୍ଦଶୀରେ ନୃସିଂହନାଥ ପୀଠକୁ ଦର୍ଶନ କରିବାକୁ ଯିବା ବେଳେ ଭିମକୁଣ୍ଡ ନିକଟରେ ଅଚେତ୍ ହୋଇ ପଡିଥିଲେ ମହିଳା। ଖବର ପାଇ ଘଟଣାସ୍ଥଳରୁ ଉଦ୍ଧାର କଲେ ଅଗ୍ନିଶମ ଟିମ୍। ଚିକିତ୍ସା ପରେ ମହିଳା ଜଣକ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡିଛି। 

ସୂଚନା ଅନୁଯାଇ, ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ପବିତ୍ର ତୀର୍ଥ କ୍ଷେତ୍ର ହରିଶଙ୍କରରେ ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା ଅନୁଷ୍ଠିତ ହୋଇଥିଲା । ଚତୁର୍ଦ୍ଦଶୀ ଓ ପୂର୍ଣ୍ଣିମା ଦିନରେ ଶ୍ରଦ୍ଧାଳୁମାନେ ଗନ୍ଧମାର୍ଦ୍ଦନ ପାହାଡ଼ଦେଇ ନୃସିଂହନାଥକୁ ଯାତ୍ରା କଲେ ମାନସିକ ପୂରଣ ହୋଇଥାଏ ବୋଲି  ବିଶ୍ୱାସ ରହିଛି । ତେଣୁ ପାହାଡ଼ ଦେଇ ନୃସିଂହନାଥ ପୀଠକୁ ଶ୍ରଦ୍ଧାଳୁମାନେ ଯାତ୍ରା କରୁଥିଲେ । ହେଲେ କଳାହାଣ୍ଡି ଜିଲ୍ଲା ପାସ୍ତୀକୁଡି ଗ୍ରାମର ବନିତା ମାଝୀ (୭୬)  ଭିମକୁଣ୍ଡ ନିକଟରେ କୌଣସି କାରଣରୁ ରାସ୍ତା ମଝିରେ ଅଚେତ୍ ହୋଇ ପଡ଼ିଥିଲେ । 

ଘଟଣା ବିଷୟରେ କୌଣସି ସହୃଦୟ ବ୍ୟକ୍ତି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ତୁରନ୍ତ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳକୁ ଯାଇ ମହିଳାଙ୍କୁ ଉଦ୍ଧାର କରିଥିଲେ । ସେଠାରୁ ଆବଶ୍ୟକ ଚିକିତ୍ସା ପାଇଁ ନିକଟ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ଏବେ ମହିଳା ଜଣକ ସମ୍ପୂର୍ଣ୍ଣ ସୁସ୍ଥ ଥିବା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ମିଳିଛି । ଉଦ୍ଧାର କାର୍ଯ୍ୟରେ ବନ ବିଭାଗର ୱାଇଲ୍ଡ ଲାଇଫ ସ୍କ୍ୱାର୍ଡ ସଦସ୍ୟ ହିମାଂଶୁ ବେହେରା ଓ ନୃପରାଜ୍ ଠାକୁର ସମ୍ପୂର୍ଣ୍ଣ ସହଯୋଗ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.