ପ୍ରମୂଖ ଖବର
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ମହିଳା ହେଲ୍ପ ଲାଇନ ନଂ ୧୮୧ ପ୍ରଦର୍ଶନ ନିର୍ଦ୍ଦେଶ

Published By : Gurupada Nath | July 18, 2025 6:14 PM

ଭୁବନେଶ୍ୱର,୧୮/୭ :  ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି।

ଏଥିସହ କାର୍ଯ୍ୟସ୍ଥଳରେ ମହିଳାଙ୍କ ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର ) ଅଧିନିୟମ, ୨୦୧୩ (POSH ଆଇନ,୨୦୧୩) ଏବଂ ଏହି ସମ୍ବନ୍ଧରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶାବଳୀକୁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ କଡ଼ାକଡ଼ି ଭାବେ ପାଳନ କରିବା ସହ ଏହି ସମ୍ବନ୍ଧୀୟ ସଚେତନତା କର୍ମଶାଳା ଆୟୋଜନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଉକ୍ତ କର୍ମଶାଳାରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ, ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଦସ୍ୟମାନେ ଯୋଗଦେବେ ଏବଂ POSH ଆଇନ, ୨୦୧୩ର ନିୟମାବଳୀକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ଶପଥ ନେବେ। କର୍ମଶାଳା ଆୟୋଜନର ସବିସ୍ତୃତ ବିବରଣୀ ଆସନ୍ତା ୩ ଦିନ ମଧ୍ୟରେ ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବା ନିମନ୍ତେ ଚିଠିରେ ଉଲ୍ଲେଖ କରାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.