ପ୍ରମୂଖ ଖବର
  • ଚୌଦ୍ବାର ନିର୍ଗୁଣ୍ଡିରେ ନିକଟରେ ସରିଲା ରେଲୱେ ଟ୍ରକ୍‌ ମରାମତି, ଖୁବ୍‌ଶୀଘ୍ର ଚାଳଚଳ କରିବ ଟ୍ରେନ୍
  • ||
  • ଆନନ୍ଦପୁର : ଟ୍ରଲର୍-ହାଇୱା ମୁହାଁମୁହିଁ ଧକ୍କା: ଡ୍ରାଇଭର୍ ମୃତ, ହେଲପର୍ ଗୁରୁତର
  • ||
  • କଟକ : ଇଦ୍ ଉଲ୍ ଫିତର ଓ ରାମ ନବମୀ ଉତ୍ସବ ପାଇଁ ତିଗିରିଆ ପୋଲିସ୍ ପକ୍ଷରୁ ଫ୍ଲାଗମାର୍ଚ୍ଚ
  • ||
  • ଭୁବନେଶ୍ୱର : ଜମି ବାଡ଼ି ବିବାଦକୁ ନେଇ ବନଦୂର୍ଗା ବସ୍ତି ପାଲଟିଲା ରଣକ୍ଷେତ୍ର, ସାନ ଭାଇକୁ ଗୁଣ୍ଡା ଲଗାଇ ହାଣିଲା ବଡ ଭାଇ
  • ||
  • ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତ, ଅପରାହ୍ନ ୫ ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ମନା
  • ||
  • ସୋମବାରଠୁ ରାଜ୍ୟରେ କମିବ ତାତିର ପ୍ରକୋପ, ଏପ୍ରିଲ ୨ରୁ ୫ ଯାଏ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ଅଂଶୁଘାତରେ ଶ୍ରମିକଙ୍କ ମୃତ୍ୟୁ ଅଭିଯୋଗ

Published By : Prameya | March 27, 2025 10:58 PM

ପରଜଙ୍ଗ,୨୭ା୩(ଆପ୍ର): ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବସୋଇ ଶିବ ମନ୍ଦିରରେ ଗୁରୁବାର ପୂର୍ବାହ୍ଣରେ ଏକ ଅଭାବନୀୟ ଘଟଣା ଘଟିଛି । ଟାଇଁ ଟାଇଁ ଖରାରେ କାମ କରୁଥିବା ଜଣେ ଶ୍ରମିକ ଟଳି ପଡ଼ିଛନ୍ତି । ଘଟଣାସ୍ଥଳରେ ତାଙ୍କ ଜୀବନ ଯାଇଥିବା ବେଳେ ଅଂଶୁଘାତରେ ତାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ କଙ୍କିଳି ଗାଁର ଦୁଷ୍ମନ୍ତ ବିଶ୍ୱାଳ (୪୮) । 

ଦୁଷ୍ମନ୍ତ ଶ୍ରମିକ ଭାବେ ମନ୍ଦିରରେ କାର୍ଯ୍ୟ କରୁଥିବା ବେଳେ ହଠାତ ଅସୁସ୍ଥ ଅନୁଭବ କରିଥିଲେ । ତଳେ ଖସିପଡ଼ିଥିଲେ । ସହଯୋଗୀମାନେ ତାଙ୍କୁ ତୁରନ୍ତ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ପରଜଙ୍ଗ ପୁଲିସ ପହଞ୍ଚି ଶବ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.