ପ୍ରମୂଖ ଖବର
  • ୬ ମାସରେ ୫ ବଡ଼ ଅଘଟଣ, ଲିଭିଛି ୩୫୭ ଜୀବନ ଦୀପ
  • ||
  • ମାଲକାନଗିରି ପୁଲିସକୁ ବଡ଼ ସଫଳତା, ୨ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ
  • ||
  • ମୁଖ୍ୟମନ୍ତ୍ରୀଙ୍କ ରଜ ଭେଟି, ଗୃହରକ୍ଷୀ ଏବଂ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କର ବଢିଲା ଭତ୍ତା
  • ||
  • ମୋହନା : ଭାରସାମ୍ୟ ହରାଇ ଓଲଟିଲା ଅଟୋ, ୧୨ ଯାତ୍ରୀ ଆହତ
  • ||
  • ସୁନ୍ଦରଗଡ଼ : ଚଳନ୍ତା ଟ୍ରେଲରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର୍‌
  • ||
  • ବ୍ରହ୍ମପୁର: CBI ଜାଲରେ EPFO ଅଧିକାରୀ, ଡିଜିଟାଲ୍‌ ଦସ୍ତଖତ ପାଇଁ ୧୦ ହଜାର ନେଲା ବେଳେ ଧରାପଡିଲେ
  • ||
  • ସମ୍ବଲପୁର ଜିଲ୍ଲା ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧିନ ମୁଣ୍ଡଲେଷା ଗାଁରେ ହତ୍ୟା, ସ୍ତ୍ରୀକୁ ହାଣିଦେଲା ନୃଶଂସ ସ୍ଵାମୀ
  • ||
  • କଟକ : ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ବଲାଙ୍ଗୀର : ବିଦ୍ୟୁତ୍‌ ବିଭାଗର ଅବହେଳା, ଚାଷ ଜମିରୁ ୬ ଫୁଟ ଉଚ୍ଚରେ ଝୁଲୁଛି ଉଚ୍ଚ ସମ୍ପନ୍ନ ବିଦ୍ୟୁତ୍‌ ତାର
  • ||
  • କରିସ୍ମା କପୁରଙ୍କ ପୂର୍ବ ସ୍ୱାମୀ ସଞ୍ଜୟଙ୍କ ଦେହାନ୍ତ, ପୋଲୋ ଖେଳିବା ବେଳେ ହୃଦଘାତ
  • ||
  • ଇରାନ ଉପରେ ଇସ୍ରାଏଲ୍‌ର ଏୟାର ଷ୍ଟ୍ରାଇକ୍‌,ମିଲିଟାରୀ ଏବଂ ନ୍ୟୁକ୍ଲିୟର ବେସ୍ ନଷ୍ଟ,ଅନେକ ବୈଜ୍ଞାନିକ ଏବଂ କମାଣ୍ଡର ମୃତ
  • ||
  • ଭୁବନେଶ୍ୱର : ସାନିଟାରୀ ଦୋକାନରୁ ଲିଟ୍‌, ୨ ଲକ୍ଷ ଟଙ୍କାର ସାମଗ୍ରୀ ନେଇଗଲେ ଦୁର୍ବୃତ୍ତ
  • ||
  • ମୌସୁମୀ ପାଇଁ ରାଜ୍ୟରେ ପାଗ ଅନୁକୂଳ: ୬ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା, ୧୫ରୁ ଅଧିକ ବର୍ଷା
  • ||

ବିଶ୍ଵ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳନ

Published By : Rasmita Pradhan | June 12, 2025 3:14 PM

ଦାରିଙ୍ଗବାଡି,୧୨/୬ : ପ୍ରେମ-ଏଡୁକୋ, ଆଇସିଡିଏସ ଓ ବ୍ଲକ ଶିଶୁ ସୁରକ୍ଷା କମିଟିର ମିଳିତ ଆନୁକୁଲ୍ୟରେ ଦାରିଙ୍ଗବାଡି ଠାରେ ବିଶ୍ଵ ଶିଶୁ ଶ୍ରମିକ ବିରୋଧୀ ଦିବସ ପାଳନ ହୋଇଛି । ବ୍ଲକ ପରିସରରୁ ସଚେତନ ରଥର ଶୁଭାରମ୍ଭ କରାଯାଇଛି । ଶୁଭାରମ୍ଭ କାର୍ଯ୍ୟକ୍ରମରେ ବିଡିଓ ପ୍ରୀତି ରଞ୍ଜନ ରଥ, ତହସିଲଦାର ଧିରଜ ପାତ୍ର, ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡା, ସରପଞ୍ଚ ଚନ୍ଦ୍ରିକା ମଲିକ, ବନାଞ୍ଚଳ ଅଧିକାରୀ ମାଧବ ଚନ୍ଦ୍ର ବେହେରା,ଏସଆଇ ଲକ୍ଷ୍ମୀ ମାଝୀ, ମଣ୍ଡଳ ସଭାପତି ମିଟୁ ସାହୁ ପ୍ରମୁଖ ଉପସ୍ଥିତ ରହି ପତାକା ଦେଖାଇ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି । 

ଉକ୍ତ ରଥ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶିଶୁ ଶ୍ରମିକ ବିରୋଧ ନେଇ ୨୦ ଦିନ ବ୍ୟାପୀ ଗାଁ ଗାଁ ବୁଲି ସଚେତନ କରିବ । ଶିଶୁ ଶ୍ରମିକକୁ ନା କହିବା, ପାଠ ପଢ଼ିବାକୁ ହଁ କହିବା, ମା ମାଉସୀ ଏକ ହେବା, ଶିଶୁ ଶ୍ରମିକକୁ ବନ୍ଦ କରିବା, ଶିଶୁଙ୍କୁ ପଢାଅ ଶିଶୁଙ୍କୁ ବଞ୍ଚାଅ, ଶିଶୁ ଶ୍ରମିକ ହଟାଅ, ଶିଶୁ ସ୍କୁଲ ପଠାଅ ଭଳି ନାରା ଦେଇ ଦାରିଙ୍ଗବାଡି ପରିକ୍ରମା କରିଥିଲା ।  ପ୍ରେମ- ଏଡୁକୋର ପ୍ରକଳ୍ପ ପରିଚାଳକ ସୁଧୀର ଦିଗାଲ, ଜିଲ୍ଲା ସଂଯୋଜକ ଦିଲୀପ ପଣ୍ଡା, ଯୋଗାଯୋଗ ଅଧିକାରୀ ହିମାନି ଦାସଙ୍କ ସମେତ ସୁପରଭାଇଜର, ଅଙ୍ଗନବାଡ଼ି କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.