ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ଶ୍ରୀକ୍ଷେତ୍ର ସାହିଯାତ: ଜନ୍ମ ନେଲେ ପ୍ରଭୁ ଶ୍ରୀରାମ, ଲକ୍ଷ୍ମଣ, ଭରତ, ଶତ୍ରୁଘ୍ନ, ଆଜି ଯଜ୍ଞ ରକ୍ଷା ନୀତି

Published By : Prameya | April 7, 2025 9:51 AM

ପୁରୀ, ୦୭/୦୪: ବହୁ ପ୍ରତୀକ୍ଷିତ  ଶ୍ରୀକ୍ଷେତ୍ରର ସାହି ଯାତ  ଆରମ୍ଭ ହୋଇଛି । ପରମ୍ପରା ମୁତାବକ ଶ୍ରୀରାମ ନବମୀ ତିଥିରେ ପୁରୀର ସାହିଯାତ ଶୁଭାରମ୍ଭ କରାଯାଇଛି । ସାହିଯାତର ପ୍ରଥମ ଦିବସରେ କାଳିକାଦେବୀ ସାହି ଆଖଡ଼ା ପକ୍ଷରୁ ରାମ ଜନ୍ମନୀତି ପାଳିତ ହୋଇଛି । ଏହି ଅବସରରେ ଶ୍ରୀରାମ, ଲକ୍ଷ୍ମଣ, ଭରତ, ଶତ୍ରୁଘ୍ନ, ଋଷ୍ୟଶୃଙ୍ଘ  ଆଦି ଚରିତ୍ର ସାହିରୁ ବାହାରି ପ୍ରଥମେ  ମା’ ଦକ୍ଷିଣକାଳୀଙ୍କୁ ଦର୍ଶନ କରିବା ସହ ଆଜ୍ଞାମାଳ ପ୍ରାପ୍ତ ହୋଇଥିଲେ । ପରେ ଏହି ଚରିତ୍ରମାନେ ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀରାମଜନ୍ମ ନୀତିରେ ସାମିଲ ହୋଇଥିଲେ । ସେଠାରୁ ଚରୁଅନ୍ନ ଆଣି ମା’ ଦକ୍ଷିଣକାଳୀଙ୍କୁ ଅର୍ପଣ କରାଯିବା ପରେ ରାମ ଲକ୍ଷ୍ମଣ ଆଦି ଚରିତ୍ରମାନେ ବନ୍ଧୁ ସାହି ମାଟିମଣ୍ଡପସାହିରେ ପରିକ୍ରମା କରିଥିଲେ । ଏହି ଅବସରରେ ବିଭିନ୍ନ ପଟୁଆର ସାହିଯାତରେ ସାମିଲ ହୋଇଥିଲା । 

ଶ୍ରୀମନ୍ଦିରର ରୀତିନୀତିକୁ ନେଇ ରାମ ନବମୀରେ ରାମଜନ୍ମଠାରୁ ରାମଙ୍କ ଅଭିଷେକ ପର୍ଯ୍ୟନ୍ତ ପୁରୀର ଆଠ ସାହି ୪୨  କନ୍ଦି ବୀରବାଦ୍ୟରେ କମ୍ପିବ। କାର୍ଯ୍ୟସୂଚୀ ଅନୁସାରେ କାଳିକାଦେବୀ ସାହି ପକ୍ଷରୁ ରାମଜନ୍ମ ନୀତି ଶେଷ ହେବା ପରେ ୭  ତାରିଖରେ ହରଚଣ୍ଡୀ ସାହି ପକ୍ଷରୁ ଯଜ୍ଞ ରକ୍ଷା ନୀତି ହେବ । ସେହି ଦିନ ମାଟିମଣ୍ଡପ ସାହିର ନିଶାଣ ଯାତ୍ରା ମଧ୍ୟ କରାଯିବ । ସେହିପରି ୨୨ ତାରିଖରେ ଗୌଡ଼ବାଡ଼ ସାହି ପକ୍ଷରୁ ରାମଙ୍କ ରାଜ୍ୟାଭିଷେକ ନୀତି କରାଯିବା ସହ ସାହିଯାତ ସମାପ୍ତି ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.