ପ୍ରମୂଖ ଖବର
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ଜନଗଣନା ନେଇ ଆଜି ପ୍ରକାଶ ପାଇବ ଗେଜେଟ ବିଜ୍ଞପ୍ତି, ପ୍ରଥମ ଥର ସାମିଲ ହେବ ଜାତି ଭିତିକ ଜନଗଣନା
  • ||
  • ମେଗା ନିଯୁକ୍ତି ମେଳା: ଆଜି ୯୬୪ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ଷୋଡ଼ଶ ଜନଗଣନାର ପ୍ରସ୍ତୁତି ସମୀକ୍ଷା କଲେ ଶାହ, ଆଜି ଆସିବ ଜନଗଣନା ଗେଜେଟ ବିଜ୍ଞପ୍ତି
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ଗଞ୍ଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ, କୋହଲିଆ ପାଗକୁ ଝିପି ଝିପି ବର୍ଷା…

Published By : Ladu Kishor | June 15, 2025 10:05 PM

ଗୋପାଳପୁର୧୫/୬ : ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶ ସମୁଦ୍ର ପତନ ଠାରୁ ୫.୮ କି ମି ଉଚ୍ଚରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରବାହରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ବର୍ଷା ଜାରି ରହିବ। ଏହାର ପ୍ରଭାବରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଓ ଝଟକା ପବନ ହେବାର ସମ୍ଭାବନା ରହିଛି। ତେଣୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାକୁ ଏଲୋ ୱାର୍ଣ୍ଣିଙ୍ଗ ଜାରି ହୋଇଛି। ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି । ଆଜି ଗୋପାଳପୁର ଅଞ୍ଚଳରେ ସନ୍ଧ୍ୟା ସାଢେ ୫ ଟା ସମୟ ମଧ୍ୟରେ ୧.୦ ମିଲି ମିଟର ବର୍ଷା ରେକର୍ଡ ହୋଇଥିବା ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.