ପ୍ରମୂଖ ଖବର
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ସାମାନ୍ୟ ବଚସାକୁ ନେଇ ଛୁରା ମାଡ, ଯୁବକ ମୃତ

ବୌଦ୍ଧ,୦୪/୧୦: ଗୁଦଗୁଦା ଢ଼ାବା ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଛୁରା ମାଡ । ଦୁର୍ଘଟଣାରେ ପ୍ରାଣ ହରାଇଲେ ଯୁବକ । ମୃତକ ଡ଼ିମିରିପାଲି ଗ୍ରାମର ସୁବ୍ରତ କୁମାର ସେଠି ବୋଲି ଜଣାପଡ଼ିଛି । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଜମଟାଙ୍ଗୀ ଗ୍ରାମରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗୁରୁବାର ବିଳମ୍ୱିତ ରାତିରେ ଜମଟାଙ୍ଗୀ ଗ୍ରାମରେ ବିଶ୍ୱ ଦରବାର ନାଟକ ଦେଖିବାକୁ ଯାଇଥିଲେ ସୁବ୍ରତ । ସେଠାରେ କୌଣସି କାରଣରୁ ଅନ୍ୟ ଯୁବକ ମାନଙ୍କ ସହିତ ବଚସା ହୋଇଥିଲା । ପରେ ଯୁବକମାନେ ଉତ୍ୟକ୍ତ ହୋଇ ସୁବ୍ରତଙ୍କୁ ଛୁରା ମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଥିଲେ । ଫଳରେ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ ସୁବ୍ରତ । ଏହା ଦେଖି ତୁରନ୍ତ ମନମୁଣ୍ଡା ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟଲୋକେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.