ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଯୁବକର ପ୍ରତାରଣା, ଥାନାରେ ଏତଲା

ପାପଡାହାଣ୍ଡି,୧୩/୯ : ଦୁଇ ବର୍ଷର ପ୍ରେମ । ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ୫ ମାସର ଗର୍ଭବତୀ ହୋଇଥିଲେ ପ୍ରେମିକା । ଏହାପରେ ଅଭିଯୁକ୍ତ ଯୁବକ ଅରାଜି ହେବାରୁ ଥାନାରେ ଏତଲା। ଅଭିଯୁକ୍ତକୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନା ଅନୁସାରେ, ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକର ଜନୈକ ଯୁବତୀଙ୍କୁ ଉକ୍ତ ଗ୍ରାମର ଗଙ୍ଗାଧର ଜାନୀଙ୍କ ପୁଅ ଟିକେନ୍ଦ୍ର ପ୍ରେମ କରିଥିଲା । ଦୁଇ ବର୍ଷର ପ୍ରେମ ସମ୍ପର୍କ । ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲା । ଯୁବତୀ ଜଣକ ବର୍ତ୍ତମାନ ୫ ମାସର ଗର୍ଭବତୀ । ଯୁବକକୁ ତାଙ୍କ ଘରକୁ ନେବାକୁ କହିବାରୁ ଅରାଜି ହୋଇଥିଲା । ନ୍ୟାୟ ପାଇବା ନେଇ ଆଜି ପାପଡାହାଣ୍ଡି ଥାନାରେ ଏ ନେଇ ଏତଲା ଦେଇଛନ୍ତି ଯୁବତୀ । ଏତଲାକୁ ଭିତ୍ତି କରି ପାପଡାହାଣ୍ଡି ପୋଲିସ ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଆରମ୍ଭ କରିବା ସହ କେଶ ନଂ ୧୭୯/୨୪ରେ ମାମଲା ରୁଜୁ କରିଛନ୍ତି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.