ପ୍ରମୂଖ ଖବର
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ପ୍ରେମ ପାଇଁ ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ, ଉଦ୍ଧାର ହେଲା ଖଣ୍ଡବିଖଣ୍ଡିତ ମୃତଦେହ

ଭୁବନେଶ୍ୱର,୧୭/୧୦: ଗତ ରାତିରେ ପ୍ରେମିକା ସହ ହୋଇଥିଲା ଝଗଡ଼ା । ଧମକ ଦେଇଥିଲେ ଗାର୍ଲଫ୍ରେଣ୍ଡଙ୍କ ମା । ଅସହ୍ୟ ହେଲା ନିର୍ଯାତନା । ଟ୍ରେନ୍ ଆଗକୁ ଡେଇଁ ଜୀବନ ହାରିଲେ ପ୍ରେମିକ । ସରକନ୍ତରା ବାହାଦଲପୁର ରେଲୱେ କ୍ରସିଙ୍ଗ ନିକଟରେ ମିଳିଲା ଯୁବକଙ୍କ ମୃତଦେହ । ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ଆଣିଲା ଜିଆରପି ପୋଲିସ । ମୃତକ ଡୁମଡୁମା ଅଞ୍ଚଳର ନିରଞ୍ଜନ ସାହୁ (୨୩) ବୋଲି ଜଣାପଡ଼ିଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଅଘଟଣ ଘଟିଛି । 

ସୂଚନା ମୁତାବକ, ବୁଧବାର ରାତିରେ ବାନ୍ଧବୀଙ୍କ ସହ କୌଣସି କାରଣରୁ ବଚସା ହୋଇଥିଲା । ପରେ ଗାର୍ଲଫ୍ରେଣ୍ଡଙ୍କ ପରିବାର ଲୋକ ଆସି ନିରଞ୍ଜନଙ୍କ ଘର ସାମ୍ନାରେ ଝଗଡ଼ା କରିଥିଲେ । ଏହା ସହ ଜୀବନରୁ ମାରି ଦେବାକୁ ମଧ୍ୟ ଧମକ ଦେଇଥିଲେ । ଏଥିରେ ଚିନ୍ତିତ ହୋଇ ବୁଧବାର ରାତିରେ ନିରଞ୍ଜନ ଘରୁ ପଳାଇ ଥିଲେ । ତେବେ ଗୁରୁବାର ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ସରକନ୍ତରା ବାହାଦଲପୁର ରେଲୱେ କ୍ରସିଙ୍ଗ ନିକଟରେ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଜିଆରପି ପୋଲିସ ପହଞ୍ଚି ଶୁବକଙ୍କ ମୃତଦେହ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ଆଣିଛି । ଅନ୍ୟପଟେ ପ୍ରେମ ସମ୍ପର୍କରୁ ହତ୍ୟା ହୋଇଥିବା ନେଇ ଅଭିଯୋଗ ଆଣିଛନ୍ତି ଯୁବକଙ୍କ ପରିବାର ଲୋକେ ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.