ପ୍ରମୂଖ ଖବର
  • ଅପରେସନ୍ ସିନ୍ଦୂରରେ ନେଇ ପ୍ରେସମିଟି, ପିଏଲ୍- ୧୫ ବ୍ୟବହାର କରିଥିଲା ପାକିସ୍ତାନ
  • ||
  • ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ, ଶପଥ ପାଠ କରାଇଲେ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର ନୂଆ ଷ୍ଟେସନ୍‌ରୁ ଯାତ୍ରା ଆରମ୍ଭ କଲା ୩ ଏକ୍ସପ୍ରେସ୍ ଟ୍ରେନ୍‌, ଉପକୃତ ହେବେ ଯାତ୍ରୀ
  • ||
  • ଟେଷ୍ଟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଲେ ବିରାଟ କୋହଲି, ସୋସିଆଲ୍ ମିଡିଆରେ ପୋଷ୍ଟ କରି ଅବସର ଘୋଷଣା କଲେ
  • ||
  • ମୟୂରଭଞ୍ଜ : ବେଆଇନ ଗୋ ଚାଲାଣ ବେଳେ ପୋଲିସର ଚଢାଉ, ୨୭ ଟି ଗୋରୁ ଉଦ୍ଧାର, ଚାଳକ ଅଟକ
  • ||
  • ଗଞ୍ଜାମ : ପାତିସୁନାପୁର ଗାଁରେ ଗୋଷ୍ଠୀ ସଂଘର୍ଷ, ସୁରକ୍ଷା ପାଇଁ ୫ ପ୍ଲାଟୁନ ପୋଲିସ ମୁତୟନ
  • ||
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ଶ୍ୱେତଗଙ୍ଗାରୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | March 23, 2025 12:09 PM

ଭୁବନେଶ୍ୱର, ୨୩/୦୩: ପୁରୀ ଶ୍ୱେତଗଙ୍ଗା ପୁଷ୍କରିଣୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ ବାଲେଶ୍ୱର ବସ୍ତା ଅଞ୍ଚଳର ଗୋବିନ୍ଦ ବିନ୍ଧାଣି ବୋଲି ଜଣା ପଡ଼ିଛି। ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ବ୍ୟବଚ୍ଛେଦ ପାଇଁ ମୃତଦେହକୁ ସଦର ମେଡିକାଲରେ ଭର୍ତ୍ତି କରାଯାଇଛି । 

ଏହି ଖବରଟିକୁ ପଢନ୍ତୁ- ବହି ଗୋଦାମର ବିସ୍ଫୋରଣ, ଜଳିଗଲା ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବହିଖାତା 

ସୂଚନା ମୁତାବକ, ପୁରୀର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗା। ଯେଉଁଠି ପ୍ରତ୍ୟେକ ଦିନ ହଜାର ହଜାର ଲୋକ ବୁଡ଼ ପକାନ୍ତି। ମାନ୍ୟତା ଅଛି ଏହି ପୁଷ୍କରିଣୀରେ ବୁଡ଼ ପକାଇଲେ ସମସ୍ତ ପାପ କ୍ଷୟ ହୁଏ। ଏପରିକି ଏହି ପୋଖରୀ କୂଳରେ ଶୁଦ୍ଧି କାର୍ଯ୍ୟ ମଧ୍ୟ ହୁଏ । ସେହି ତୀର୍ଥ ପୁଷ୍କରିଣୀରେ ରବିବାର ସକାଳୁ ଏକ ମୃତଦେହ ଭାସୁଥିବାର ଲୋକ ଦେଖିବାକୁ ପାଇଥିଲେ । ପରେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଆସି ଶ୍ୱେତଗଙ୍ଗା ପୁଷ୍କରିଣୀରୁ ମୃତଦେହ ଉଦ୍ଧାର କରିଛି । ପରେ ଶବକୁ ବ୍ୟବଚ୍ଛେଦ ପାଇଁ ସଦର ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବକ ଜଣଙ୍କର ମୃତ୍ୟୁ କିପରି ହେଲା ଏବଂ ତୀର୍ଥ ପୁଷ୍କରିଣୀକୁ ମୃତ ଦେହ କିପରି ଆସିଲା, ତାର କୌଣସି ସଠିକ୍ ସୂଚନା ମିଳିପାରିନାହିଁ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.