ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଟ୍ରକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତାରୋକ

Published By : Harapriya Sethi | March 15, 2025 7:35 AM

ଭୁବନେଶ୍ୱର, ୧୫/୦୩: ରାସ୍ତା ଉପରେ ଯୁବକଙ୍କ ଉପରେ ଚଢିଗଲା ଟ୍ରକ୍‌ । ଘଟଣା ସ୍ଥଳରେ ଚାଲିଗଲା ଜୀବନ । ମୃତକ ବାଙ୍କୁଆଳ ଗାଁର ମୁରଲୀଧର ନାୟକ ବୋଲି ଜଣାପଡ଼ିଛି । ଯୁବକଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକେ ୫୫ ନମ୍ୱର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଢେଙ୍କାନାଳ ଜିଲ୍ଲା ଇଡ୍‌କୋ ଟାୱାର୍‌ ନିକଟରେ ଏଭଳି ଦୁର୍ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଯୁବକ ଜଣକ ରାସ୍ତାରେ ଯାଉଥିଲେ । ଇଡ୍‌କୋ ଟାୱାର୍‌ ନିକଟରେ ଯାଉଥିବା ବେଳେ ଏକ ଟ୍ରକ୍‌ ଦ୍ରୁତ ଗତିରେ ଆସି ତାଙ୍କ ଉପରେ ଚଢିଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଯୁବକଙ୍କ ମୃତ୍ୟୁ ହୋଇଥିଲା । ଯୁବକଙ୍କ ମୃତ୍ୟୁପରେ ମହିଷାପାଟ ଛକରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା । ଉତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ୫୫ ନମ୍ୱର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଯାହା ଫଳରେ ଯାତାୟାତ ଠପ୍‌ ହୋଇଛି । ଏସମ୍ପର୍କରେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.