ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!

Published By : Harapriya Sethi | July 12, 2025 11:23 AM

ବାରଙ୍ଗ, ୧୨/୦୭: ପାରିବାରିକ କଳହର କରୁଣ ପରିଣତି । ମୁଣ୍ଡଳୀ ବ୍ରିଜ୍ ଉପରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଥିବା ସନ୍ଦେହ କରାଯାଉଛି । ବ୍ରିଜ୍ ଉପରୁ ଗାଡ଼ି ଜବତ କଲା ପୁଲିସ । ଘଟଣା ସ୍ଥଳରେ ପହଞ୍ଚି ନିଖୋଜ ଯୁବକଙ୍କୁ ଖୋଜି ତଦନ୍ତ କରୁଛି ଗୋଡିସାହି ଫାଣ୍ଡି ପୁଲିସ । 

ସୂଚନା ମୁତାବକ, ଖୋର୍ଦ୍ଧା ଜିଲ୍ଲା ବୋଲୋଗଡ ଗବଡି ଗ୍ରାମର ହେମନ୍ତ କୁମାର ସାହୁ (୩୫ବର୍ଷ) ଧୂପକାଠି ବ୍ୟବସାୟ କରୁଥଲେ । ସେ ବହୁ ଟଙ୍କା ଧାର କରଜ କରିଥିବା ବେଳେ ସେ ସବୁ ସୁଝିବା ପାଇଁ ଅନେକ ସମୟରେ ଚିନ୍ତାରେ ରହୁଥିଲେ । ଏହି କାରଣକୁ ନେଇ ହେମନ୍ତ ଏବଂ ତାଙ୍କ ପତ୍ନୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା । ଏହା ପରେ ସେ ଘରୁ ବାହାରି କେଉଁଆଡେ ଚାଲିଯାଇଥିଲେ । ରାତିରେ ପତ୍ନୀଙ୍କୁ ଶେଷ ମେସେଜ୍ କରି ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ପଡ଼ିବେ ବୋଲି କହିଥିଲେ । 

ସେପଟେ ଶୁକ୍ରବାର ବିଳମ୍ୱିତ ରାତିରେ ବାରଙ୍ଗ ପୁଲିସ ପାଟ୍ରୋଲିଂ କରୁଥିବା ବେଳେ ବ୍ରିଜ ଉପରେ ଗାଡି ଥୁଆ ହୋଇଥିବା ଦେଖିଥିଲେ। ଗାଡ଼ି ପାଖରେ କାହାକୁ ନପାଇବାରୁ ଗାଡିଟିକୁ ଗୋଡିସାହି ଫାଣ୍ଡିକୁ ନେଇଥିଲେ । ଘଟଣା ସ୍ଥଳରେ ପହଞ୍ଚି ଗୋଡିସାହି ଫାଣ୍ଡି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପୁଲିସ ଠାରୁ ଖବର ପାଇ ପରିବାର ଲୋକ ଗୋଡିସାହି ଫାଣ୍ଡିକୁ ଆସିଥିଲେ । ତେବେ ଯୁବକ ଜଣକ ଆତ୍ମହତ୍ୟା କରିଛନ୍ତି ନା କେଉଁଆଡେ ଚାଲିଯାଇଛନ୍ତି, ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.