ପ୍ରମୂଖ ଖବର
  • ଆମେରିକାର କାଲିଫର୍ଣ୍ଣିଆ ଜଙ୍ଗଲରେ ଭୟଙ୍କର ଅଗ୍ନିକାଣ୍ଡ, ୫ ମୃତ, ୭୦ ହଜାର ଲୋକ ସ୍ଥାନାନ୍ତର
  • ||
  • ୟୁକ୍ରେନ୍ ଜପୋରିଝିଆରେ ରୁଷିଆର ବୋମାମାଡ଼, ବ୍ୟାପକ କ୍ଷତି ସୂଚନା, ୧୩ ମୃତ, ୩୦ରୁ ଅଧିକ ଆହତ
  • ||
  • ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରବାସୀ ଭାରତୀୟ ଦିବସର ଉଦ୍‌ଯାପନୀ ସମାରୋହରେ ଯୋଗ ଦେବେ
  • ||
  • ରବିବାରଠୁ କମିବ ଶୀତ, ଆହୁରି ୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା: ୨ ଜିଲ୍ଲାକୁ କୁହୁଡ଼ି ନେଇ ଆଲର୍ଟ
  • ||

ରାଜଧାନୀରେ ଚାଞ୍ଚଲ୍ୟ: ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

Published By : Harapriya Sethi | January 8, 2025 10:35 AM

ଭୁବନେଶ୍ୱର, ୦୮/୦୧: ସକାଳୁ ସକାଳୁ ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ । ଚଳନ୍ତା ବାଇକ୍‌ରେ ଯାଉଥିବା ଜଣେ ଯୁବକଙ୍କ ମୁଣ୍ଡକୁ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ରାଜପଥ ଉପରେ ପଡ଼ିଛି ମୁଣ୍ଡବିହୀନ ମୃତଦେହ । ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ମୃତକ ଭୁବନେଶ୍ବର କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ବୋଲି ଜଣାପଡିଛି । ସେ ସଫେଇ କର୍ମଚାରୀଙ୍କ ନେତୃତ୍ୱ ନେଉଥିଲେ । ବୁଧବାର ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ବୁଧବାର ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଯୁବକ ଜଣକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍‌ରେ ଦୁଇ ଯୁବକ ଆସି ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ। ଫଳରେ ତାଙ୍କ ଶରୀରରୁ ମୁଣ୍ଡ ଅଲଗା ହୋଇ ତଳେ ପଡ଼ି ଯାଇଥିଲା ଓ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିଲା । ଯୁବକଙ୍କ ବେକ ଓ ଗୋଡ଼ରେ ବି ଗଭୀର ଆଘାତ ଲାଗିଛି। ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ମଞ୍ଚେଶ୍ୱର ଓ ଶହୀଦ ନଗର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଏବଂ ଗାଡି ଜବତ କରିଛି । ଘଟଣାସ୍ଥଳରେ ଏକ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ତେବେ ଭୁବନେଶ୍ୱରରେ ବୁଧବାରଠାରୁ ପ୍ରବାସୀ ଭାରତୀୟ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏଥିନିମନ୍ତେ ରାଜଧାନୀରେ ଲୋକଙ୍କ ଭିଡ଼ ଜମିଲାଣି। ବୁଧବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ । ଏହା ପୂର୍ବରୁ ରାଜଧାନୀକୁ ସୁରକ୍ଷା ଛାଉଣିରେ ରଖାଯାଇଛି । ଭୁବନେଶ୍ୱରରେ ୮୦ ପ୍ଲାଟୁନ ଫୋର୍ସ ସହ ୧୧ କମ୍ପାନୀ କେନ୍ଦ୍ରୀୟ ପୋଲିସ ବାହିନୀ ମୁତୟନ ହୋଇଛନ୍ତି । ଏହାସତ୍ତ୍ୱେ ରାଜଧାନୀ ରାଜରାସ୍ତାରେ ସକାଳୁ ସକାଳୁ କିପରି ଏପରି ଏକ ସାଂଘାତିକ କାଣ୍ଡ ଘଟିଗଲା ତାହାକୁ ନେଇ ଉଠିଛି ପ୍ରଶ୍ନ ।


  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.