ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ

Published By : Harapriya Sethi | July 10, 2025 9:39 AM

ପୁରୀ,୧୦/୦୭: ପୁରୀ ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ତ୍ରୁଟି । ସୋସିଆଲ୍‌ ମିଡିଆରେ ଭାଇରାଲ ହେଲା ମନ୍ଦିର ଭିତରର ଫଟୋ । ଜଣେ ଯୁବକ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ସେୟାର କରିଥିବା ଜଣାପଡିଛି । 

ସୂଚନା ମୁତାବକ, ଶ୍ରୀମନ୍ଦିର ଭିତର ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ସ୍ୱେତାଂଶୁ ମହାପାତ୍ର ନାମକ ଜଣେ ଏହି ଦୁଇ ଫଟୋକୁ ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଷ୍ଟାଟସ ଦେଇଥିଲେ । ନୀଳାଦ୍ରିବିଜେ ଦିନ ଏହି ଦୁଇ ଫଟୋ ଉଠାଯାଇଥିବା ଅନୁମାନ କରାଯାଉଛି । ତେବେ କିପରି ଓ କେମିତି ଏହି ଫଟୋ ଉଠିଛି, ତାହା ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି । 

ସେପଟେ ବୁଧବାର ଦିନ ଏକ ଭିଡିଓ ଭାଇରାଲ ହୋଇଥିଲା । ଯେଉଁଥିରେ ୪ ଜଣ ଅମାନିଆ ଶ୍ରୀମନ୍ଦିର ବାହାର ଥିବା ଏକ ଅଳିଆ ଗଦା ନେଇ ମେଘନାଦ ପାଚେରୀ ଡେଇଁ ମନ୍ଦିର ଭିତରକୁ ପ୍ରବେଶ କରିଥିଲେ । ଯାହାପରେ ପୁରୀ ପ୍ରଶାସନ ପକ୍ଷରୁ ଆକ୍ସନ ନିଆଯାଇଛି । ତେବେ ଗୋଟିଏ ଘଟଣାକୁ କିଛି ଘଣ୍ଟା ନପୂରୁଣୁ ଆଉ ଏକ ଘଟଣା । ବାରମ୍ବାର ଶ୍ରୀମନ୍ଦିରର ସୁରକ୍ଷାରେ ତ୍ରୁଟି ଦେଖାଦେଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.