ପ୍ରମୂଖ ଖବର
  • କଟକ ଏସ୍‌ସିବି ମେଡିକାଲରେ ପହଞ୍ଚିଲା ପଟ୍ଟାମୁଣ୍ଡାଇ ଛାତ୍ରୀଙ୍କ ମୃତଦେହ, କରାଯିବ ବ୍ୟବଚ୍ଛେଦ
  • ||
  • ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମହୁତି ଘଟଣାରେ ଆକ୍ସନ୍, ASI ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି ନିର୍ଦ୍ଦେଶ
  • ||
  • ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବିଜେଡ଼ି ପକ୍ଷରୁ ପୁରୀ ବନ୍ଦ ଡାକରା, ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲିବ
  • ||
  • ଜଗତସିଂହପୁର ରଘୁନାଥପୁର ଥାନା ଅଞ୍ଚଳରେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିରୋଧ କରିବାରୁ ଲହୁ ଲୁହାଣ କଲେ ଦୁର୍ବୃତ୍ତ
  • ||
  • ଆସନ୍ତା ୮ରେ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ, ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ କାଁ ଭାଁ ବର୍ଷା ସମ୍ଭାବନା
  • ||
  • ନୟାଗଡ଼: ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ, ଚିକିତ୍ସାଧିନ ଅବସ୍ଥାରେ ୭୦ ବର୍ଷ ବୟସରେ କଲେ ଶେଷ ନିଶ୍ବାସ ତ୍ୟାଗ
  • ||

ଘର ଭିତରେ ଜିଅନ୍ତା ଜଳିଗଲେ ଯୁବତୀ, ପ୍ରେମିକ ବ୍ଲାକମେଲ୍ କରୁଥିବା ଅଭିଯୋଗ

Published By : Rasmita Pradhan | August 6, 2025 2:49 PM

ପଟ୍ଟାମୁଣ୍ଡାଇ, ୦୬/୦୮ : ଘର ଭିତରେ କିରୋସିନ ଢାଳି ହୋଇ ଜିଅନ୍ତା ଜଳିଗଲେ ଯୁବତୀ। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଦା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଯୁବତୀ ଜଣଙ୍କ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ। ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ସ୍ପଷ୍ଟ ହୋଇନି। ଖବର ଲେଖାଯିବା ସୁଦ୍ଧା ପୁଲିସ ଘଟଣାସ୍ଥଳରେ ପହଞ୍ଚି ନ ଥିବାରୁ ସତ୍ୟାସତ୍ୟ ସ୍ପଷ୍ଟ ହୋଇନି। 

କେହି ଜଣେ ଯୁବକ ବ୍ଲାକ୍‌ମେଲ୍ କରୁଥିଲେ ବୋଲି ଯୁବତୀଙ୍କ ବାପା କହିଛନ୍ତି। ପୂର୍ବରୁ ଏନେଇ ଥାନାରେ ଅଭିଯୋଗ ହୋଇଥିବା କୁହାଯାଉଛି। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଯଦି ଅଭିଯୋଗ ସତ ହୋଇଥାଏ ତାହେଲେ ସାଙ୍ଘାତିକ୍। ପୁଲିସ କାହିଁକି କାର୍ଯ୍ୟାନୁଷ୍ଠାନ ନେଲା ନାହିଁ, ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.