ପ୍ରମୂଖ ଖବର
  • ଭୁବନେଶ୍ଵର : ଆସନ୍ତା ତିନି ଦିନ ଯାଏ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତାତିରୁ ମିଳିବନି ନିସ୍ତାର
  • ||
  • ମୟୂରଭଞ୍ଜ : ବେଆଇନ ବନ୍ଧୁକ ଗୁଳି କାରବାରର ମାଷ୍ଟର ମାଇଣ୍ଡ ଗିରଫ, ଲାଇସେନ୍ସ ବନ୍ଧୁକ ପାଇଁ କିଣି ଶିକାରୀଙ୍କୁ ବିକୁଥିଲା ଗୁଳି
  • ||

ବନମାଳୀପୁର ରାସ୍ତାରୁ ବାଇକ୍‌ ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Published By : Harapriya Sethi | June 1, 2025 8:13 AM

ଜୁନାଗଡ଼,୦୧/୦୬: କଳାହାଣ୍ଡି ଜିଲ୍ଲା ଜୁନାଗଡ଼-ଭବାନୀପାଟଣା ୨୬ ନଂ ଜାତୀୟ ରାଜପଥ ବନମାଳୀପୁର ରାସ୍ତାରେ ଅଘଟଣ । ରାସ୍ତା ଉପରୁ ବାଇକ ସହିତ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ରହିଛି । ତେବେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ବାଇକ ସହ ଜାଳି ଦେଇଥିବା ସନ୍ଦେହ କରାଯାଉଛି ।

ସୂଚନା ମୁତାବକ, ଜୁନାଗଡ଼ -ଭବାନୀପାଟଣା ୨୬ ନଂ ଜାତୀୟ ରାଜପଥ ବନମାଳୀପୁର ରାସ୍ତାରେ ଏକ ବାଇକ୍‌ ସହ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଜୁନାଗଡ଼ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି । ତେବେ କେହି ଦୁର୍ବୃତ୍ତ ଯୁବକଙ୍କୁ ହତ୍ୟା କରିବା ପରେ ବାଇକ୍ ସହ ଜାଳି ଦେଇଥିବା ସନ୍ଦେହ କରାଯାଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.