ପ୍ରମୂଖ ଖବର
  • ଜଗତସିଂହପୁର ପିଏନ୍‌ବି ବ୍ୟାଙ୍କରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି
  • ||
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya | January 7, 2025 10:19 PM

ପୁରୀ,୭।୧ : ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର। ପୁରୀ ଟାଉନ ଥାନା ଅନ୍ତର୍ଗତ ବଳଭଦ୍ର ଗଳିରେ ଥିବା ଏକ ପରିତ୍ୟକ୍ତ ଘରୁ‌ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି। ମୃତ ଯୁବକଙ୍କ ମୁଣ୍ଡ ଓ ନାକରୁ ପ୍ରବଳ ରକ୍ତସ୍ରାବ ହେଉଥିବାରୁ ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। 

ସେହିପରି ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ପଡିଥିବା ବେଳେ ସେଠାରେ କିଛି ନିଶା ସାମଗ୍ରୀ ମଧ୍ୟ ପଡିଥିବା ଦେଖିବାକୁ ମିଳିଛି। ଏଣୁ ନିଶା ସେବନକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଥାଏ ପାରେ ବୋଲି ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ସେପଟେ ଟାଉନ ଥାନା ପୋଲିସ ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ସଦର‌ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଶବ ବ୍ୟବଚ୍ଛେଦ ପରେ ଏହା ହତ୍ୟା କି ଅନ୍ୟ କିଛି କାରଣ ତାହା ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ଦେଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.